ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି। ଏଥିସହ ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ। ମେ’ ମେ’ ୧୧ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ। ମେ’ ୧୨ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ୧୭ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଚାହିଁଲେ ସେମାନଙ୍କ ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ।
ଗତକାଲି ଉପନିର୍ବାଚନକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ହୋଇଥିଲା। ନିର୍ବାଚନ ଆଚରଣ ବିଧି ପାଳନ ଉପରେ ନଜର ରଖିବା ଲାଗି ଏକ ଟିମ୍ ଗଢାଯାଇଥିଲା। ଆଇନଶୃଙ୍ଖଳା ରକ୍ଷା ଲାଗି ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।
ଏଥର ୨ଲକ୍ଷ ୧୪ ହଜାର ୨୬୧ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ଗତ ନିର୍ବାଚନରେ ୨୫୭ଟି ବୁଥ୍ ଥିଲା। ତେବେ ଉପନିର୍ବାଚନରେ ଅଧିକ ୨୨ଟି ବୁଥ୍ ପ୍ରତିଷ୍ଠା ପାଇଁ ଜିଲ୍ଲା ପ୍ରଶାସନ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରସ୍ତାବ ଦେଇଛି।
ମେ’ ୩୧ରେ ହେବ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଭୋଟ ହେବ। ବିଜେଡିର ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଛି ।
The post ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ appeared first on Odisha Reporter.
from Odisha Reporter https://ift.tt/GCWVvPY
No comments:
Post a Comment