୨୦ ଫୁଟ୍‌ ତଳକୁ ଖସିଲା ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 7, 2022

୨୦ ଫୁଟ୍‌ ତଳକୁ ଖସିଲା ବସ୍‌

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ ଗଣ୍ଠି ଛକ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଜାତୀୟ ରାଜପଥର ପ୍ରାୟ ୨୦ ଫୁଟ୍ ତଳକୁ ଖସି ଯାଇଥିଲା। ଏଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏହି ୮ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ଆହତଙ୍କୁ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରଖାଯାଇଛି।

ଗତକାଲି ଜୟଦୁର୍ଗା ନାମକ ଏହି ଘରୋଇ ବସ୍‌ଟି ଭୁବନେଶ୍ୱରରରୁ ୪୦ ଜଣ ଯାତ୍ରୀଙ୍କୁ ନେଇ ଯାମୁଡ଼ା ଅଭିମୁଖେ ଯାଉଥିଲା। ରାତି ପ୍ରାୟ ୧୧ଟା ସମୟରେ ବସ୍‌ଟି ଗଣ୍ଠି ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଚଣ୍ଡିଖୋଲ ଦମକଳ ବାହିନୀ ଓ ପୁଲିସ ପହଞ୍ଚି ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

ଡ୍ରାଇଭରଙ୍କ ଅସାଵଧାନତା ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ବଡ଼ଚଣା ଥାନା ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

 

 

The post ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ appeared first on Odisha Reporter.



from Odisha Reporter https://ift.tt/F25SNnk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages