ଗାଡ଼ିରେ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ପାଇଁ ଆଜିଠୁ ଆବେଦନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 31, 2022

ଗାଡ଼ିରେ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ପାଇଁ ଆଜିଠୁ ଆବେଦନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗା଼ଡିରେ ଲାଗିବ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍। ଏଥିପାଇଁ ଆଜିଠୁ ଆବେଦନ କରି ହେବ। ନମ୍ବର ପ୍ଲେଟ୍ ପାଇବା ଲାଗି ଜଣଙ୍କୁ ସୋସାଇଟି ଅଫ୍ ଇଣ୍ଡିଆନ୍ ଅଟୋ ମୋବାଇଲ୍ ମାନୁଫାକ୍‌ଚରର୍ସ ବା ସିଆମ୍ ୱେବସାଇଟ୍‌କୁ ଯିବାକୁ ପଡ଼ିବ।

ଏହାପରେ ବୁକ୍ HSRP ବଟନ୍‌ରେ କ୍ଲିକ୍ କରି ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ଲାଗି ଆବେଦନ କରିବାକୁ ପଡ଼ିବ। ଏଥିପାଇଁ ଗାଡ଼ିର ବୈଧ ପଞ୍ଜୀକରଣ ପ୍ରମାଣପତ୍ର, ଫିଟନେସ୍ ସାର୍ଟିଫିକେଟ୍ ଥିବା ଜରୁରୀ।

ଆବେଦନ କରିବା ପରେ କିଛି ଦିନ ମଧ୍ୟରେ ଆପଣଙ୍କ ଡିଲରଙ୍କ ପାଖକୁ ନମ୍ବର ପ୍ଲେଟ୍  ଆସିଯିବ।  ପୁରୁଣା ନମ୍ବର ପ୍ଲେଟ୍ ବଦଳାଇ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ଲଗାଇବାକୁ ପର୍ଯ୍ୟାୟକ୍ରମେ ଡିସେମ୍ବର ୩୧ ଯାଏ ସମୟ ଦିଆଯାଇଛି।

ନିର୍ଦ୍ଧାରିତ ସମୟ ବାଦ୍ ବିନା HSRPରେ ଚାଲୁଥିବା ଗାଡ଼ି ଉପରେ ୫ ହଜାର ଟଙ୍କାରୁ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଇ-ଚାଲାଣ କଟାଯିବ ବୋଲି ସ୍ପଷ୍ଟ କରିଛି ଷ୍ଟେଟ୍ ଟ୍ରାନ୍ସପୋର୍ଟ ଅଥରିଟି।

The post ଗାଡ଼ିରେ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ପାଇଁ ଆଜିଠୁ ଆବେଦନ appeared first on Odisha Reporter.



from Odisha Reporter https://ift.tt/NBTd3WK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages