ଆଜିଠୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 1, 2022

ଆଜିଠୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ମୂଲ୍ୟାୟନ।  ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ଅଫ୍‌ଲାଇନ ଯୋଗେ ଓ ୩୭ ଟି ମୂଲ୍ୟାୟନ କେନ୍ଦ୍ରରେ ଅନ୍‌ଲାଇନ ଯୋଗେ ମୂଲ୍ୟାୟନ ହେବ।  ୨ ଟି ପର୍ଯ୍ୟାୟରେ ଖାତା ଦେଖା ହେବ।  ପ୍ରଥମ ପର୍ଯ୍ୟାୟରେ ଜୁନ ୨ ରୁ ଜୁନ ୧୨ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଜୁନ ୧୩ ରୁ ଜୁନ ୨୨ ଯାଏ ଖାତା ଦେଖା ହେବ।

ସୂଚନାଯୋଗ୍ୟ, ଏପ୍ରିଲ ୨୮ରୁ ଆରମ୍ଭ ହୋଇଥିବା ଯୁକ୍ତ ୨ ପରୀକ୍ଷା ଜୁନ ୪ ତାରିଖରେ ସରିବ । ହେଲେ ଏହା ପୂର୍ବରୁ ଜୁନ ୨ ତାରିଖରୁ ଖାତା ଦେଖା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ନିୟନ୍ତ୍ରକ  ସୂଚନା  ଦେଇଥିଲେ।

ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଜୁନ ୨ ଆରମ୍ଭ ହୋଇ ୧୨ ତାରିଖ ତାରିଖ ପର୍ଯ୍ୟନ୍ତ ହେବ । ଏହି ସମୟରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ଖାତା ଦେଖା ଆରମ୍ଭ ହେବ । ସେଥିମଧ୍ୟରେ  ପଲଟିକାଲ ସାଇନ୍ସ, ହିଷ୍ଟ୍ରି, ଓଡ଼ିଆ, ଏଜୁକେଶନ, ଫିଜିକ୍ସ, କେମେଷ୍ଟ୍ରି, ଅର୍ଥନୀତି, ଇଂଲିଶ ଆଦି ବିଷୟ ଅନ୍ତର୍ଭୁକ୍ତ ରହିଛି। ଜୁନ ୧୩ରୁ  ୨୨ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଖାତାଦେଖା ହେବ । ଏହାପରେ ଜୁଲାଇ ପ୍ରଥମ ସପ୍ତାହରେ ରେଜଲ୍ଟ ପ୍ରକାଶ ପାଇପାରେ । ଜୁନ୍ ୪ରେ ଖାତା ଦେଖା ବନ୍ଦ ରହିବ ବୋଲି CHSE ପକ୍ଷରୁ ସୂଚନା ଦିଆଯାଇଛି।

The post ଆଜିଠୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ appeared first on Odisha Reporter.



from Odisha Reporter https://ift.tt/oZNu4dv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages