ପୁରୀ(ଓଡ଼ିଶା ରିପୋର୍ଟର): ୧୦୮ ଗରା ଜଳରେ ସ୍ନାନ ପରେ ଜ୍ୱରରେ କମ୍ପୁଛନ୍ତି ଶ୍ରୀଜିଉ। ସୁସ୍ଥ ହେବା ପାଇଁ ଚାଲିଛି ଗୁପ୍ତ ଉପଚାର। ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହୋଇଛି ଅଣସର ନୀତି। ପୂଜା ପାଉଛନ୍ତି ପଟି ଦିଅଁ। ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ଥିବାରୁ ଦର୍ଶନ ପାଇଁ ବ୍ରହ୍ମଗିରି ସ୍ଥିତ ଶ୍ରୀ ଅଲାରନାଥ ପୀଠରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼।
ଆଜିଠୁ ଅଲାରନାଥ ପୀଠରେ ଅଣସର ଦର୍ଶନ ଆରମ୍ଭ ହୋଇଛି। ପରମ୍ପରା ଅନୁଯାୟୀ ରାତି ପ୍ରାୟ ସାଢ଼େ ତିନିଟାରୁ ଦ୍ୱାର ଖୋଲାଯାଇ ମଙ୍ଗଳ ଆଳତି, ତଡ଼ପ ଲାଗି, ଅବକାଶ ବେଶ କରାଯାଇଛି। ସକାଳ ପ୍ରାୟ ସାଢ଼େ ପାଞ୍ଚଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି। ଅଲାରନାଥଙ୍କ ପାଖରେ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି।
ନୀର୍ଦ୍ଧାରିତ ସମୟରେ ଚାଲିଛି ନୀତିକାନ୍ତି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟାରିକେଡ୍ କରାଯିବା ସହ ବ୍ୟାପକ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି।
ଅଣସର ସମୟରେ ଶ୍ରୀ ଅଲାରନାଥଙ୍କ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି।
The post ଅଣସର ଘରେ ଶ୍ରୀଜିଉ, ଅଲାରନାଥଙ୍କ ପାଖରେ ଶ୍ରଦ୍ଧାଳୁଙ୍କ ଭିଡ଼ appeared first on Odisha Reporter.
from Odisha Reporter https://ift.tt/Qgr6UHi
No comments:
Post a Comment