ସରକାରୀ ଜମିକୁ ନେଇ ଗୋଷ୍ଠୀ ସଂଘର୍ଷ, ୨୨ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 5, 2022

ସରକାରୀ ଜମିକୁ ନେଇ ଗୋଷ୍ଠୀ ସଂଘର୍ଷ, ୨୨ ଆହତ

ମୋହନା(ଓଡ଼ିଶା ରିପୋର୍ଟର): ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ଚରିଆବାଡ଼ରେ ଜମି ବିବାଦକୁ କେନ୍ଦ୍ର କରି ଦୁଇ ଗାଁ ମଧ୍ୟରେ ସଂଘର୍ଷ ଘଟି ୨୨ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୯ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ  ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତରଙ୍କୁ  ବ୍ରହ୍ମପୁର ଏମକେସିଜି ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।

ଗତକାଲି ସନ୍ଧ୍ୟାରେ ଚରିଆବାଡ଼ରେ ଥିବା ଏକ ସରକାରୀ ଜମିକୁ ନେଇ ଉଭୟ ବିଜିପୁର ଓ  ବାହାଡ଼ାପଦା ଗ୍ରାମବସୀଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ବିଜିପୁର ଗ୍ରାମବାସୀ ସେହି ସରକାରୀ ଜମିକୁ ୪୦ ବର୍ଷ  ହେଲା ଚାଷ କରିଆସୁଥିବା ଦାବି କରୁଥିବା ବେଳେ ବାହାଡ଼ାପଦା ଗ୍ରାମବାସୀ ସେହି ଜମିକୁ ପୂର୍ବ ପୁରୁଷରୁ ତାଙ୍କର ବୋଲି ଦାବି  କରି ଆସୁଛନ୍ତି।  ଏହା ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଝଥିଲା। ପରେ ମାଡ଼ ପିଟ ହୋଇଥିଲା।

ଗଜପତି ଏସପି  ଓ ମୋହନା ପୁଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଘଟିବା ପାଇଁ  ଉଭୟ ଗାଁରେ ପୁଲିସ ମୁତୟନ କରାଯାଇଛି।

The post ସରକାରୀ ଜମିକୁ ନେଇ ଗୋଷ୍ଠୀ ସଂଘର୍ଷ, ୨୨ ଆହତ appeared first on Odisha Reporter.



from Odisha Reporter https://ift.tt/LMRcanI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages