ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ଦୁଇ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 5, 2022

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ଦୁଇ ଆହତ

ଲମତାପୁଟ(ଓଡ଼ିଶା ରିପୋର୍ଟର): କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ଅନ୍ତର୍ଗତ କୁମାରଗୁଡା ଗାଁ ନିକଟରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି। ମୃତ ଯୁବକ ଜଣଙ୍କ ହେଲେ ଲମତାପୁଟ ସିଲପଡା ଗାଁର ଧନୁଞ୍ଜୟ ବୋଲି ଜଣାଯାଇଛି।

ଆହତ ଦୁଇ ଜଣଙ୍କ ମଧ୍ୟରୁ ଜଣେ ସିଲପଡ଼ା ଗାଁର ହରି ପାଙ୍ଗି। ଅନ୍ୟ ଜଣଙ୍କର ପରିଚୟ ମିଳିନାହିଁ। ଆହତ ଦୁଇ ଜଣଙ୍କୁ ଲଷ୍ମଣନାୟକ ମେଡ଼ିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି।

ନନ୍ଦପୁର ଅଗ୍ନିଶମ ବିଭାଗ କର୍ମଚାରୀ ଓ ପୁଲିସ ପହଞ୍ଚି ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଧନୁଞ୍ଜୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ପୁଲିସ ମୃତଦେହକୁ ଉଦ୍ଧାର ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣା ତଦନ୍ତ କରୁଛି।

 

The post ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ଦୁଇ ଆହତ appeared first on Odisha Reporter.



from Odisha Reporter https://ift.tt/la4OH5A

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages