ଭିନ୍ନ ଭିନ୍ନ ସ୍ଥାନରେ ଦୁର୍ଘଟଣା: ୨ ମୃତ, ୨୦ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 18, 2022

ଭିନ୍ନ ଭିନ୍ନ ସ୍ଥାନରେ ଦୁର୍ଘଟଣା: ୨ ମୃତ, ୨୦ ଆହତ

ନୂଆପଡ଼ା/ବରଗଡ଼ (ଓଡ଼ିଶା ରିପୋର୍ଟର): ରାଜ୍ୟର ପୃଥକ ପୃଥକ ସ୍ଥାନରେ ଦୁର୍ଘଟଣା ଘଟି ୨ ଜଣଙ୍କ ଜୀବନ ଯାଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଗତକାଲି ବିଳମ୍ବିତ ରାତିରେ ନୂଆପଡ଼ା ଜିଲ୍ଲା ଲଖନା ଥାନା ଅନ୍ତର୍ଗତ କୁରୁମପୁରୀ ଗାଁ ନିକଟରେ ଏକ ଟ୍ରାକ୍ଟରକୁ ସିମେଣ୍ଟ ବୋଝେଇ ଟ୍ରକ୍‌ଟିଏ ପଛପଟୁ ପିଟି ଦେଇଥିଲା। ଫଳରେ ଟ୍ରାକ୍ଟରରେ ବସିଥିବା ୪ ଜଣ ବ୍ୟକ୍ତିଙ୍କ ମଧ୍ୟରୁ ୨ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଅନ୍ୟ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବା ବେଳେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସେହିପରି ଅନ୍ୟ ଦୁର୍ଘଟଣାଟି ଘଟିଛି ବରଗଡ଼ ଜିଲ୍ଲାରେ। ଆଜି ସକାଳେ ବରପାଲିର ମେହେର ପଡ଼ା ନିକଟରେ ଏକ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୧୮ ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ବରପାଲି ଡାକ୍ତରଖାନାକୁ ନେଇଥିଲେ। ଆହତଙ୍କ ମଧ୍ୟରେ ବସ୍ ଓ ଟ୍ରକ୍‌ର ଡ୍ରାଇଭର ମଧ୍ୟ ଅଛନ୍ତି। ଉଭୟ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ଅଛି।

ସୂଚନାଯୋଗ୍ୟ, ବସ୍‌ଟି ମାଲକାନଗିରିରୁ ଝାରସୁଗୁଡ଼ା ଯାଉଥିଲା।

The post ଭିନ୍ନ ଭିନ୍ନ ସ୍ଥାନରେ ଦୁର୍ଘଟଣା: ୨ ମୃତ, ୨୦ ଆହତ appeared first on Odisha Reporter.



from Odisha Reporter https://ift.tt/63mg8KU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages