ତିନିବାଡରୁ ଆସିଲା ଆଜ୍ଞାମାଳ, ସିଂହଦ୍ୱାର ସମ୍ମୁଖକୁ ଆସିବେ ତିନି ରଥ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 29, 2022

ତିନିବାଡରୁ ଆସିଲା ଆଜ୍ଞାମାଳ, ସିଂହଦ୍ୱାର ସମ୍ମୁଖକୁ ଆସିବେ ତିନି ରଥ

ପୁରୀ(ଓଡ଼ିଶା ରିପୋର୍ଟର): ରାତି ପାହିଲେ ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଆଜି ମହାପ୍ରଭୁଙ୍କ ଉଭାଯାତ୍ରା । ତିନିବାଡରୁ ପହଞ୍ଚିଛି  ଆଜ୍ଞାମାଳ । କିଛି ସମୟ ପରେ ପରେ ରଥ ସିଂହଦ୍ୱାର ସମ୍ମୁଖକୁ ଆସିବ । ପ୍ରଥମେ ନନ୍ଦିଘୋଷ, ତାପରେ ଦର୍ପଦଳନ ଓ ଶେଷରେ ତାଳଧ୍ୱଜକୁ ସିଂହଦ୍ୱାର ସମ୍ମୁଖକୁ ଅଣାଯିବ। ସେପଟେ ଘୋଷଯାତ୍ରା ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

ରଥରେ ଶେଷ ସ୍ପର୍ଶ ଦେଉଛନ୍ତି ବିଶ୍ୱକର୍ମା ମହାରଣା, ଭୋଇ ସେବାୟତ, ରୂପକାର ଓ ଦରଜୀ ସେବାୟତ । ଏହାପରେ ପୁଲିସ ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ ଓ ସେବକମାନେ ତିନି ରଥକୁ ସିଂହଦ୍ୱାର ସମ୍ମୁଖକୁ ଟାଣିନେଇ ଉତ୍ତର ମୋଡ ଦେବେ ।

ଆଜି ରଥଯାତ୍ରାର ପୂର୍ବପ୍ରସ୍ତୁତି ଆରମ୍ଭ ହେଉଥିବାରୁ ଭକ୍ତଙ୍କ ପାଇଁ ମାତ୍ର ୫ ଘଣ୍ଟାର ଦର୍ଶନ ବ୍ୟବସ୍ଥା କରାଯାଇଛି ।  ସନ୍ଧ୍ୟା ୫ଟାପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆସନ୍ତକାଲି ବିଶ୍ୱପ୍ରସିଦ୍ଧ ରଥ ଯାତ୍ରା । ରଥରେ ବସି ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିବେ ଚତୁର୍ଦ୍ଧାମୂରତି । ଏଥିପାଇଁ ସ୍ୱତନ୍ତ୍ର ନୀତିକାନ୍ତି ଚୂଡାନ୍ତ କରାଯାଇଛି।

୨ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ରଥ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ଏହାକୁ ଆଖି ଆଗରେ ରଖି ଉଭୟ ଜିଲ୍ଲା ଓ ପୁଲିସ ପ୍ରଶାସନ ଫୁଲଦମ୍‌ରେ ଲାଗିଛନ୍ତି । ମହାପ୍ରଭୁଙ୍କ ରଥଯାତ୍ରା ଲାଗି ସମସ୍ତେ ପ୍ରସ୍ତୁତ ରହିଛନ୍ତି  । କେମିତି ହେବ ଶୃଙ୍ଖଳିତ ରଥଯାତ୍ରା ଏବଂ ସୁରକ୍ଷା ବ୍ୟବସ୍ଥା, ଏଥିପାଇଁ ପୁଲିସ ବ୍ୟବସ୍ଥାକୁ ବ୍ୟାପକ କରାଯାଇଛି ।  ତା’ସହ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ଏବଂ ସମ୍ଭାବ୍ୟ କରୋନା ସଂକ୍ରମଣକୁ ଦେଖି ଜନସଚେତନତାକୁ ଗୁରୁତ୍ୱ ଦିଆଯାଇଛି । ଯେଉଁମାନେ ଆସୁଛନ୍ତି, ସେମାନଙ୍କୁ ମାସ୍କ ପିନ୍ଧିବାକୁ କୁହାଯିବା ସହ ଥଣ୍ଡା, ଜ୍ୱର, କାଶ ହୋଇଥିବା ଲୋକଙ୍କୁ ଭିଡ଼କୁ ନ ଆସିବାରୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।

The post ତିନିବାଡରୁ ଆସିଲା ଆଜ୍ଞାମାଳ, ସିଂହଦ୍ୱାର ସମ୍ମୁଖକୁ ଆସିବେ ତିନି ରଥ appeared first on Odisha Reporter.



from Odisha Reporter https://ift.tt/MQHPG91

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages