ଡବଲ ଏନ୍‌କାଉଣ୍ଟର, ସେନା ଗୁଳିରେ ଟଳିଲେ ୩ ଆତଙ୍କବାଦୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 6, 2022

ଡବଲ ଏନ୍‌କାଉଣ୍ଟର, ସେନା ଗୁଳିରେ ଟଳିଲେ ୩ ଆତଙ୍କବାଦୀ

ଶ୍ରୀନଗର: ଜମ୍ମୁକଶ୍ମୀରରେ ଡବଲ ଏନ୍‌କାଉଣ୍ଟର। ସେନା ଗୁଳିରେ ଟଳିଲେ ୩ ଆତଙ୍କବାଦୀ। ଜମ୍ମୁକଶ୍ମୀରର କୁପୱାଡାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ମୃତ ଦୁଇ ଜଣ ଆତଙ୍କବାଦୀ ସଙ୍ଗଠନ ଲସ୍କର-ଏ-ତୋଇବାର ହୋଇଥିବା ସୂଚନା ମିଳିଛି। ମୃତ ଆତଙ୍କବାଦୀଙ୍କ ନିକଟରୁ କିଛି ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ଏବେବି ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି।

ସେହିପରି ସୋପୋରର ଜାଲୁରାରେ ମଧ୍ୟ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ଏହି ଆତଙ୍କବାଦୀ ଜଣକ ପାକିସ୍ତାନର ହୋଇଥିବା ଜମ୍ମୁ କଶ୍ମୀର ଆଇଜିପି ବିଜୟ କୁମାର ସୂଚନା ଦେଇଛନ୍ତି।

ସୋପୋରରେ ଜାଲୁର ଅଞ୍ଚଳରେ ଥିବା ପାନିପୋରା ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ପୂରା ଅଞ୍ଚଳକୁ ଘେରାବନ୍ଦି କରି ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ କରିଥିଲେ। ଏହାର ପାଲଟ ଜବାବରେ ସୁରକ୍ଷାକର୍ମୀଙ୍କ ତରଫରୁ ମଧ୍ୟ ଗୁଳିବିନିମୟ ହୋଇଥିଲା। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଛି।

ଘାଟିରେ ଏବେ ଆତଙ୍କବାଦୀଙ୍କ ଟାର୍ଗେଟ କିଲିଂ ଜାରି ରହିଛି। ଅନେକ ସାଧାରଣ ନାଗରିକଙ୍କୁ ଟାର୍ଗେଟ୍‌ କରି ଆଙ୍କବାଦୀମାନେ ହତ୍ୟା କରୁଛନ୍ତି। ବିଶେଷ କରି ହିନ୍ଦୁମାନଙ୍କୁ ଟାର୍ଗେଟ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଘାଟିରେ ସୁରକ୍ଷାକର୍ମୀଙ୍କ ତରଫରୁ ଜୋରଦାର ସର୍ଚ୍ଚ ଅପରେସନ ଚାଲିଛି। ଆତଙ୍କବାଦୀଙ୍କୁ ଖୋଜି ଖୋଜି ଏନ୍‌କାଉଣ୍ଟର କରାଯାଉଛି।

The post ଡବଲ ଏନ୍‌କାଉଣ୍ଟର, ସେନା ଗୁଳିରେ ଟଳିଲେ ୩ ଆତଙ୍କବାଦୀ appeared first on Odisha Reporter.



from Odisha Reporter https://ift.tt/Hfz3S9c

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages