ଭାରୋତ୍ତଳନରେ ଭାରତକୁ ଆଉ ଏକ ସଫଳତା, ଅଚିନ୍ତା ଶୁଳି ଜିତିଲେ ଗୋଲ୍ଡ ମେଡାଲ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 31, 2022

ଭାରୋତ୍ତଳନରେ ଭାରତକୁ ଆଉ ଏକ ସଫଳତା, ଅଚିନ୍ତା ଶୁଳି ଜିତିଲେ ଗୋଲ୍ଡ ମେଡାଲ

ବର୍ମିଂହାମ : ବର୍ମିଂହାମରେ ଆୟୋଜିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଆଉ ଏକ ସ୍ୱର୍ଣ୍ଣପଦକ ହାସଲ କରିଛି ଭାରତ । ଭାରୋତ୍ତଳନରେ ମିଳିଛି ଭାରତକୁ ଏହି ସଫଳତା। ଭାରୋତ୍ତଳନର ୭୩ କିଲୋଗ୍ରାମ ବର୍ଗରେ ଅଚିନ୍ତା ଶୁଳି ଏହି ଗୋଲ୍ଡ ମେଡାଲ ହାସଲ କରିଛନ୍ତି । ଏହାସହ ରାଜ୍ୟଗୋଷ୍ଠୀ କ୍ରୀ଼ଡାରେ ଭାରୋତ୍ତୋଳନରେ ସବୁଠାରୁ ଅଧିକ ପଦକ ହାସଲ କରିଥିବା ଦେଶ ମଧ୍ୟରେ ସାମିଲ ହୋଇପାରିଛି ଭାରତ ।

ଅଚିନ୍ତା ସ୍ନାଚରେ ୧୪୩ କେଜି ଓଜନ ଉଠାଇ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରେକର୍ଡ କରିଛନ୍ତି । ସେ କ୍ଲିନ୍ ଏଣ୍ଡ୍ ଜର୍କର ପ୍ରଥମ ଉଦ୍ୟମରେ ୧୬୬ କେଜି ଓଜନ ଉଠାଇଥିଲେ । ଦ୍ୱିତୀୟ ପ୍ରୟାସରେ ଫେଲ୍ ମାରିଥିଲେ ମଧ୍ୟ ତୃତୀୟ ପ୍ରୟାସରେ ୧୭୦ କେଜି ଉଠାଇବାରେ ସକ୍ଷମ ହୋଇଥିଲେ। ଫଳରେ ମୋଟ ୩୧୩ କେଜି ଓଜନ ଉଠାଇ ଏହି ମେଡାଲ ହାସଲ କରିବାରେ ସଫଳ ହୋଇଛନ୍ତି ଅଚିନ୍ତା ଶୁଳି।

ରୌପ୍ୟ ପଦକ ପାଇଥିବା ପ୍ରତିଯୋଗୀଙ୍କଠାରୁ ୧୦ କେଜି ଅଧିକ ଓଜନ ଉଠାଇଛନ୍ତି ଅଚିନ୍ତା ଶୂଳି । ମାଲେସିଆର ଏରି ହିଦାୟତ ରୌପ୍ୟ ପଦକ ହାସଲ କରିଥିଲେ । ୨୦୨୧ ରାଜ୍ୟଗୋଷ୍ଠୀ ଚାମ୍ପିଅନସିପ୍‌ରେ ଅଚିନ୍ତା ଗୋଲ୍ଡ ମେଡାଲ ଜିତିଥିଲେ । ସେହି ବର୍ଷ ଜୁନିୟର ଓ୍ୱାର୍ଲଡ ଚାମ୍ପିଅନସିପ୍‌ରେ ସେ ରୌପ୍ୟ ପଦକ ହାସଲ କରିଥିଲେ ।

ଅଚିନ୍ତାଙ୍କ ଗୋଲ୍ଡ ମେଡାଲ  ସହ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାତର ଅଦ୍ୟାବଧୀ ୬ଟି ପଦକ ହାସଲ କରିସାରିଲାଣି। ଏହି ସମସ୍ତ ମେଡାଲ ଭାରୋତ୍ତଳନରେ ହିଁ ମିଳିଛି ।  ଅଚିନ୍ତା ଶୂଳିଙ୍କ ପୂର୍ବରୁ ମୀରାବାଇ ଚାନୁ ଏବଂ ଜେରେମି ଲାଲରିନୁଂଗା ଭାରୋତ୍ତୋଳନରେ ଦେଶ ପାଇ ସ୍ୱର୍ଣ୍ଣ ଜିତିଛନ୍ତି । ସଂକେତ ମହାଦେବ ସରଗର ଏବଂ ବିନ୍ଦିଆଦେବୀ ରାଣୀ ରୌପ୍ୟ ପଦକ ଜିତିଛନ୍ତି ।  ଗୁରୁରାଜ ପୂଜାରୀ ବ୍ରୋଞ୍ଚ ପଦକ ହାସଲ କରିଛନ୍ତି । ଭାରତକୁ ଚଳିତ ବର୍ଷ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ୩ଟି ସ୍ୱର୍ଣ୍ଣ, ୨ଟି ରୌପ୍ୟ ଏବଂ ଗୋଟିଏ ବ୍ରୋଞ୍ଚ ପଦକ ମିଳିଛି ।

The post ଭାରୋତ୍ତଳନରେ ଭାରତକୁ ଆଉ ଏକ ସଫଳତା, ଅଚିନ୍ତା ଶୁଳି ଜିତିଲେ ଗୋଲ୍ଡ ମେଡାଲ appeared first on Odisha Reporter.



from Odisha Reporter https://ift.tt/GTelWIH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages