ଆଜି ହେରା ପଞ୍ଚମୀ, ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 4, 2022

ଆଜି ହେରା ପଞ୍ଚମୀ, ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ହେରା ପଞ୍ଚମୀ। ପରମ୍ପରା ଅନୁଯାୟୀ, ଆଜି ସଂଧ୍ୟାରେ ମହାଲକ୍ଷ୍ମୀ ଏକ ସ୍ୱତନ୍ତ୍ର ବିମାନରେ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରକୁ ଯିବେ। ଘଣ୍ଟଘଣ୍ଟା, କାହାଳୀ ଶୋଭାଯାତ୍ରାରେ ବଡ଼ଦାଣ୍ଡ ଦେଇ ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିବେ। କାଳିଆ ଠାକୁର ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନ ଥିବାରୁ  ମା’ ଅଭିମାନ କରିଛନ୍ତି। ପରମ୍ପରା ମୁତାବକ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବିଜେ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଉପରେ ରାଗ ସୁଝାଇବେ। ରଥ ଭାଙ୍ଗି ପୁଣି ଶ୍ରୀମନ୍ଦିର ଚାଲିଯିବେ।

ହେରାପଞ୍ଚମୀ ନୀତିପରେ ବୁଧବାର ଠାରୁ ବାହୁଡାଯାତ୍ରା ପ୍ରସ୍ତୁତି ଆରମ୍ଭ ହେବ। ପରମ୍ପରା ଅନୁଯାୟୀ ହେରା ପଞ୍ଚମୀ ପରଦିନ ଗୁଣ୍ଡିଚା ମନ୍ଦିରରେ ସକାଳ ଧୂପ ନୀତି ଶେଷ ହେବା ପରେ ତିନି ଠାକୁରଙ୍କ ଆଜ୍ଞାମାଳକୁ ତିନି ଜଣ ପାଳିଆ ପୂଜା ପଣ୍ଡା ହସ୍ତରେ ଧାରଣ କରି ଘଣ୍ଟ, ଛତା ଓ କାହଳି ସହ ତିନି ରଥକୁ ଉକ୍ତ ଆଜ୍ଞାମାଳ ପ୍ରଦାନ କରିଥାନ୍ତି। ଏହା ପରେ ତିନି ରଥର ଦକ୍ଷିଣ ମୋଡ଼ ହୋଇଥାଏ।  ତିନିରଥ ଶ୍ରୀଗୁଣ୍ଡିଚା ମନ୍ଦିରର ସିଂହଦ୍ୱାରଠାରେ ଥାଏ।

ନୀତି ଅନୁସାରେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ରଥ ଟଣା ହୋଇଥାଏ। ଏହାପରେ ବଳଭଦ୍ରଙ୍କ ତାଳଧ୍ୱଜ ଓ ଶେଷରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ରଖାଯାଇଥାଏ।

The post ଆଜି ହେରା ପଞ୍ଚମୀ, ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ appeared first on Odisha Reporter.



from Odisha Reporter https://ift.tt/4TYBFlS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages