ଆଜିଠୁ ଓଜେଇଇ, ୫୮ ହଜାର ପିଲା ଦେବେ ପରୀକ୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 4, 2022

ଆଜିଠୁ ଓଜେଇଇ, ୫୮ ହଜାର ପିଲା ଦେବେ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ଓଜେଇଇ । ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କମ୍ପ୍ୟୁଟର ବେସ୍‌ଡ ପରୀକ୍ଷା ହେବ । ଏଥିପାଇଁ ମୋଟ ୫୭, ୯୧୮ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି ।

ସର୍ବାଧିକ ଲାଟେରାଲ ଏଣ୍ଟ୍ରି ଟୁ ବିଟେକରେ ୨୦ ହଜାର ୧୬୮ ଜଣ ପରୀକ୍ଷାର୍ଥୀ ଆବେଦନ କରିଛନ୍ତି। ବି. ଫାର୍ମା ପାଇଁ ୧୨,୨୨୯ ଜଣ ଓ ଏମବିଏ ପାଇଁ ୧୦,୬୭୪ ଜଣ ଆବେଦନ କରିଛନ୍ତି । ଚଳିତ ବର୍ଷ ୬୧ଟି ପରୀକ୍ଷାକେନ୍ଦ୍ର କରାଯାଇଛି । ୩୦ଟି ଜିଲାରେ ପରୀକ୍ଷା କେନ୍ଦ୍ର ସମେତ ରାଜ୍ୟ ବାହାରେ ପଶ୍ଚିମବଙ୍ଗ, ବିହାର ଓ ଝାଡ଼ଖଣ୍ଡରେ ୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି  ।

ଜୁଲାଇ ୪ ରୁ ୮ ତାରିଖ ଯାଏ ଦିନକୁ ୩ଟି ସିଟିଂ ରେ ହେବ ପରୀକ୍ଷା । ସକାଳ ୯ ରୁ ୧୧ଟା ପ୍ରଥମ ସିଟିଂ, ୧୨ଟା ୩୦ରୁ ୨ଟା ୩୦ ହେବ ଦ୍ୱିତୀୟ ସିଟିଂ ଏବଂ ଅପରାହ୍ନ ୪ଟା ରୁ ୬ଟା ପର୍ଯ୍ୟନ୍ତ ହେବ ତୃତୀୟ ସିଟିଂ ପରୀକ୍ଷା  । କମ୍ପ୍ୟୁଟର ବେସଡ୍ ପରୀକ୍ଷା ଯୋଗୁ ପରୀକ୍ଷାର୍ଥୀଙ୍କୁ ଦେଢ଼ ଘଣ୍ଟା ଆଗରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ଓଜେଇଇ ପକ୍ଷରୁ ନିର୍ଦ୍ଦେଶ ରହିଛି  ।

ଅନ୍ୟପଟେ ରାଜ୍ୟରେ କୋଭିଡ ସଂକ୍ରମଣ ବଢି ଚାଲିଥିବାବେଳେ, ନିୟମ ମାନି ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ଅନୁରୋଧ କରାଯାଇଛି।  ପରୀକ୍ଷା କେନ୍ଦ୍ରରେ ମାସ୍କ ବାଧ୍ୟତାମୂଳକ କରାଯାଇଥିବାବେଳେ ହ୍ୟାଣ୍ଡ ସାନିଟାଇଜେସନ, ଶାରୀରିକ ଦୂରତା ମାନିବା ଓ ପ୍ରବେଶ ସମୟରେ ଥର୍ମାଲ ସ୍କ୍ରିନିଂକୁ ବାଧ୍ୟତାମୂଳକ କରାଯାଇଛି।

The post ଆଜିଠୁ ଓଜେଇଇ, ୫୮ ହଜାର ପିଲା ଦେବେ ପରୀକ୍ଷା appeared first on Odisha Reporter.



from Odisha Reporter https://ift.tt/JEBVR7f

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages