୧ ଅଗଷ୍ଟ, ସୋମବାର: ବିନା କାରଣରେ ଦୋଷୀ ସାବ୍ୟସ୍ତ ହେବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 31, 2022

୧ ଅଗଷ୍ଟ, ସୋମବାର: ବିନା କାରଣରେ ଦୋଷୀ ସାବ୍ୟସ୍ତ ହେବେ

ମେଷ : ଆଜି ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ମନାନ୍ତର ମତାନ୍ତର ଦେଖାଦେଇପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟ ସାଧନ କରିବେ। ବିନା କାରଣରେ ଦୋଷୀ ସାବ୍ୟସ୍ତ ହେବେ।

ବୃଷ : ଆଜି ପରିବାରରେ ସମସ୍ୟା ବଢ଼ିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନେଗେଟିଭ୍ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ । ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।

ମିଥୁନ : ଆଜି କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି । ସତସଙ୍ଗ ପ୍ରତି ମନ ବଳିବ । ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ।

କର୍କଟ : କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ବହୁ ଦିନରୁ ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍ ବ୍ୟବହାର କରିବା କଷ୍ଟକର ହେବ ।

ସିଂହ : ଆଜି ଆପଣ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ପାରିବାରିକ ସମ୍ପର୍କରେ ମତଭେଦ ଦେଖାଦେଇପାରେ । ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ।

କନ୍ୟା : ଆଜି ଶାରୀରିକ ପୀଡ଼ା ଦେଖାଦେଇପାରେ। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଘର ପାଇଁ ନୂଆ ଜିନିଷ କିଣି ପାରନ୍ତି। ପିଲାଙ୍କ କାର୍ଯ୍ୟରେ ଖୁସି ହେବେ। କିଛି ନୂଆ କାର୍ଯ୍ୟ କରିବାକୁ ଯୋଜନା କରିବେ।

ତୁଳା: ଶାରିରୀକ ସୁସ୍ଥତା ଦେଖାଦେବା ସହ ମାନସିକ ଶାନ୍ତି ମିଳିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ଓ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ।

ବିଚ୍ଛା: ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟାଗୁଡ଼ିକ ସମାଧାନ ହେବ ଓ ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ ।

ଧନୁ: ଦୀର୍ଘ ଦିନରୁ ଅଟକି ରହିଥିବା କାମ ଶେଷ ହେବ । ଦୃଢ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧାବିଘ୍ନକୁ ଅତିକ୍ରମ କରି ଆଗକୁ ବଢିପାରିବେ। କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍  ।

ମକର: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ।  ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ ।

କୁମ୍ଭ: ଆଜି ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିକ ସମସ୍ୟାର ସମାଧାନ ଘଟିବ ।ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

ମୀନ: କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଦାମ୍ପତ୍ୟ କଳହର ଅବସାନ ଘଟିବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥ ଲାଭହେବ ।

The post ୧ ଅଗଷ୍ଟ, ସୋମବାର: ବିନା କାରଣରେ ଦୋଷୀ ସାବ୍ୟସ୍ତ ହେବେ appeared first on Odisha Reporter.



from Odisha Reporter https://ift.tt/Z10kBJ2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages