ବାଇକ୍‌ରୁ ଯୁବକଙ୍କ ରକ୍ତଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 8, 2022

ବାଇକ୍‌ରୁ ଯୁବକଙ୍କ ରକ୍ତଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର

ବିନିକା (ଓଡ଼ିଶା ରିପୋର୍ଟର): ବାଇକ୍‌ ଉପରୁ ଜଣେ ଯୁବକଙ୍କ ରକ୍ତଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର କରାଯାଇଛି। ଏପରି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଅରିଗାଁରେ। ଯୁବକଙ୍କ ପରିଚୟ ମିଳି ପାରି ନାହିଁ।

ଗତକାଲି ବିଳମ୍ବିତ ରାତିରେ ଅରିଗାଁ ମୁଖ୍ୟରାସ୍ତା ଉପରେ ଏକ ବାଇକ୍‌ ଉପରେ ଯୁବକଙ୍କ ମୃତଦେହ ରକ୍ତଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଯୁବକଙ୍କୁ କିଏ ହତ୍ୟା କରି ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି। ପୁଲିସ ବାଇକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

The post ବାଇକ୍‌ରୁ ଯୁବକଙ୍କ ରକ୍ତଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର appeared first on Odisha Reporter.



from Odisha Reporter https://ift.tt/V0UMAel

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages