ବରଗଡ଼(ଓଡ଼ିଶା ରିପୋର୍ଟର): ବରଗଡ଼ ସଚେତନ ନାଗରିକ କମିଟି ପକ୍ଷରୁ ଆଜି ୧୨ଘଣ୍ଟିଆ ବରଗଡ଼ ବନ୍ଦ ଡ଼ାକରା ଦିଆଯାଇଛି। ବରଗଡ଼ ବିକାଶ ଫାଷ୍ଟ ଷ୍ଟେପରେ ପଢୁଥିବା ଛାତ୍ର ଆଦିତ୍ୟରାଜର ମୃତ୍ୟୁକୁ ନେଇ ଏହି ବନ୍ଦ ଡାକରା ଦିଆଯାଇଛି। ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଛାତ୍ରର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।
ସ୍କୁଲ କର୍ତ୍ତୃପକ୍ଷ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ, ସମସ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେବା ଓ ଆଦିତ୍ୟରାଜ ମୃତ୍ୟୁ ଘଟଣାର ତଦନ୍ତ ନେଇ ଗତ ୨୫ ତାରିଖ ଦିନ ଅଭିଭାବକମାନେ ସ୍କୁଲ ସାମ୍ନାରେ ପ୍ରତିବାଦ କରିଥିଲେ। ତେବେ ଏହାକୁ ନେଇ ପୁଲିସ ୯ଜଣଙ୍କ ବିରୋଧରେ ମିଥ୍ୟା ମାମଲା ରୁଜୁ କରିଥିଲା। ଯାହାର ପ୍ରତିବାଦରେ ଏ ବନ୍ଦ ପାଳନ କରାଯାଉଛି। ବନ୍ଦ ଯୋଗୁ ବରଗଡ଼ ସହରର ଦୋକାନ ବଜାର, ସରକାରୀ ବେସରକାରୀ ଅଫିସ, ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି।
ଆନ୍ଦୋଳନ କାରୀ ବରଗଡ଼ ସହରର ବିଭିନ୍ନ ସ୍ଥାନରେ ପିକେଟିଂ କରି ରାସ୍ତା ଅବରୋଧ କରିଥିବାରୁ ଯାନବାହନ ଚଳାଚଳ ବନ୍ଦ ରହିଛି। ବରଗଡ଼ ସଚେତନ ନାଗରିକ କମିଟିର ଏହି ବନ୍ଦ ଡାକରାକୁ ସମସ୍ତ ରାଜନୈତିକ ଦଳ, ବରଗଡ଼ ସାମ୍ବାଦିକ ସଂଘ, ବରଗଡ଼ ଜିଲ୍ଲା ଓକିଲ ସଂଘ, ଅଭିଭାବକ ସଂଘ ସମେତ ବିଭିନ୍ନ ସଂଗଠନ ସମର୍ଥନ କରିଛନ୍ତି।
The post ଆଜି ୧୨ ଘଣ୍ଟିଆ ବରଗଡ଼ ବନ୍ଦ appeared first on Odisha Reporter.
from Odisha Reporter https://ift.tt/zBQaTg3
No comments:
Post a Comment