ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦୈନିକ ସଂକ୍ରମଣ ୫୦୦ ଟପିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୫୯ ଜଣ ଅଛନ୍ତି।
ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କରାଯାଇଥିବା ଟ୍ୱିଟ୍ ଅନୁଯାୟୀ, ଏହି ୫୧୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩୦୦ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୧୨ ଟି ହେଉଛି ଲୋକାଲ୍ କେସ୍।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୯, ସୁନ୍ଦରଗଡ଼ରୁ ୨୯ ଓ ଷ୍ଟେଟ୍ପୁଲ୍ରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଅନୁଗୋଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩, ବରଗଡ଼ ଓ ଭଦ୍ରକରୁ ଜଣେ ଲେଖାଏଁ, ଗଞ୍ଜାମରୁ ୨, ଜଗତସିଂହପୁର ୮, ଯାଜପୁର ୧୦, ଝାରସୁଗୁଡ଼ା ୭,କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ା ୩, କେନ୍ଦୁଝର ୩, ମାଲକାନଗିରି ୩, ମୟୂରଭଞ୍ଜ ୮, ନୟାଗଡ଼ରୁ ଜଣେ, ପୁରୀରୁ ୨୯, ରାୟଗଡ଼ା ୨, ସମ୍ବଲପୁର ୬ ଓ ସୋନପୁରରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
୫୧୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୨,୯୨୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୨,୮୦,୯୫୪ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୨୭୯୫ ଜଣ ଚିକିତ୍ସାଧୀନ ଅଛନ୍ତି।
The post ରାଜ୍ୟରେ ୫୦୦ ଡେଇଁଲା କରୋନା ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ appeared first on Odisha Reporter.
from Odisha Reporter https://ift.tt/mnq4R3x
No comments:
Post a Comment