ମେଷ: ପାରିବାରିକ ଜୀବନ ସୁଖପ୍ରଦ ହେବ। ଅଟକି ରହିଥିବା କାମଗୁଡିକ କରିବାକୁ ଅଗ୍ରସର ହେବେ। ଛାତ୍ରଛାତ୍ରୀମାନେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
ବୃଷ: ବକେୟା ଅର୍ଥ ହସ୍ତଗତ ହେବ। ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ମନ ଭାରାକ୍ରାନ୍ତ ରହିବ। ପରିବାର ପାଇଁ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।
ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଶିଳ୍ପ, ବାଣିଜ୍ୟକ୍ଷେତ୍ରରେ ଆୟ ବୃଦ୍ଧି ଘଟିବ। ମାଲିମକଦ୍ଦମାରେ ବିଜୟୀ ହେବେ। ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ପୁରସ୍କୃତ ହୋଇପାରନ୍ତି। ମନ ପ୍ରଫୁଲ୍ଲିତ ରହିବ।
କର୍କଟ: ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି। ବହୁ ଦିନର ଆଶା ଓ ଅଭିଳାଷ ପୂରଣ ହେବ। ଶିଳ୍ପ, ପରିବହନ, ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ।
ସିଂହ: ଆଜି ଦିନଟି ଆପଣଙ୍କ ଲାଗି ମିଶ୍ରିତ ଫଳ ପ୍ରଦାନ କରିବ। ବିଭିନ୍ନ ସୂତ୍ରରୁ ଅର୍ଥଲାଭର ଯୋଗ ରହିଛି। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ। ବନ୍ଧୁମାନଙ୍କ ସହ ଦୂର ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି।
କନ୍ୟା: ମନ ପ୍ରଫୁଲ୍ଲିତ ରହିବ। ପରିବାରରେ ଭୁଲ୍ ବୁଝାମଣା ହୋଇ ଅଶାନ୍ତି ଦେଖାଦେଇପାରେ। ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ।
ତୁଳା: ହସଖୁସିରେ ଦିନଟିକୁ କାଟିବେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ଅପରାହ୍ନରେ ଆପଣଙ୍କ ନାମରେ ମିଥ୍ୟା ଗୁଜବ ଦେଖାଦେଇପାରେ, ସତର୍କ ରୁହନ୍ତୁ।
ବିଛା : କୈାଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବେ। ସାହାଯ୍ୟ ସହଯୋଗ ପାଇ ମନ ପ୍ରଫୁଲ୍ଲିତ ରହିବ। ମହିଳାମାନେ ଘରେ, ବାହାରେ ସବୁଠି ଆଦର ସମ୍ମାନ ପାଇବେ। ବ୍ୟବସାୟ ପରିବହନ ପାଇଁ ଦିନଟି ଅନୁକୂଳ ରହିବ। ଛାତ୍ରଛାତ୍ରୀମାନେ ସମସ୍ତ ଦିଗରେ ବିଜୟୀ ହେବେ।
ଧନୁ: ଜଗି ରଖି ଚଳନ୍ତୁ। ବାଣିଜ୍ୟ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ।
ମକର: ଆଜି ଆପଣ ଭଲ କଥା କହିଲେ ମଧ୍ୟ ପରିବାର ସଦସ୍ୟ ତାହାକୁ ଭୁଲ୍ ବିଚାର କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଜଗି ରଖି କାମ କରିବା ଓ କହିବା ଭଲ ହେବ। ଅନ୍ୟଥା ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ। ରାଜନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ।
କୁମ୍ଭ: କୌଣସି ଅଜଣା ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବହୁ ଦିନର ଆଶା ଅଭିଳାଷ ପୁରଣ ହେବ ।
ମୀନ: ଆଶା ଆଶଙ୍କା ଦେଇ ଗତି କରିବେ। ପ୍ରତ୍ୟେକ କ୍ଷେତ୍ରରେ ବାଧା ବିଘ୍ନ ଦେଖାଦେଇପାରେ। ଅତୀତ କଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ନିଜ ଜୀବନ ସାଥୀର ଭରସା, ଉତ୍ସାହ ଓ ପ୍ରେରଣା ଆପଣଙ୍କୁ ଅନେକାଂଶରେ ସଫଳତା ଆଣିଦେବ ।
The post ୮ ଜୁଲାଇ, ଶୁକ୍ରବାର: ବହୁ ଦିନର ଆଶା ଓ ଅଭିଳାଷ ପୂରଣ ହେବ appeared first on Odisha Reporter.
from Odisha Reporter https://ift.tt/eqPEUak
No comments:
Post a Comment