ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 31, 2022

ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ

ନବରଙ୍ଗପୁର(ଓଡ଼ିଶା ରିପୋର୍ଟର): ଘରୁ ଡାକି ଆଣି ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ। ଏପରି ଘଟଣା ଘଟିଛି ନବରଙ୍ଗପୁର ସଦର ମହକୁମା ସାହିଲ ହୋଟେଲ ନିକଟରେ। ଦୁର୍ବୃତ୍ତମାନଙ୍କ ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗଦବାଗୁଡା ଅଞ୍ଚଳର ଶେଖ ନିଜାମ। ତାଙ୍କ ହାତ, ପେଟ, ପିଠି ଓ ଆଣ୍ଠୁରେ ଆଘାତ ଲାଗିଥିଲା।

ଗତକାଲି ନିଜାମ ଘରେ ଥିବାବେଳେ ଦୁର୍ବୃତ୍ତମାନେ ଫୋନ କରି ତାଙ୍କୁ ଡାକିଥିଲେ। ପରେ କୌଣସି କଥାକୁ ନେଇ ନିଜାମ ଓ ଦୁର୍ବୃତ୍ତଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାପରେ ଦୁର୍ବୃତ୍ତମାନେ ନିଜାମଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ଚମ୍ପଟ ମାରିଥିଲେ। ପୁଲିସ ଖବର ପାଇ ତାଙ୍କୁ  ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଚିକିତ୍ସାଧୀନ ଅବସ୍ଥାରେ ନିଜାମଙ୍କର ମୃତ୍ୟୁ ଘଟିଥିଲା।

ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।  ଆକ୍ରମଣକାରୀଙ୍କୁ ଗିରଫ ଦାବିରେ ଆଜି ସକାଳେ ପରିବାର ଲୋକେ କଳାହାଣ୍ଡି-କୋରାପୁଟ ରାସ୍ତା ମାଝୀଗୁଡ଼ାରେ ରାସ୍ତା ଅବରୋଧ କରିଛନ୍ତି। ରାସ୍ତା ଅବରୋଧ ଯୋଗୁ ଉଭୟ ପାର୍ଶ୍ୱରେ ଗାଡ଼ିମଟର ଅଟକି ରହିଛି। କଳାହାଣ୍ଡି ଓ କୋରାପୁଟ ଜିଲ୍ଲାକୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।

 

 

The post ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ appeared first on Odisha Reporter.



from Odisha Reporter https://ift.tt/c9BTb5u

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages