ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ମୃତ, ୩ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 12, 2022

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ମୃତ, ୩ଗୁରୁତର

ପାଟଣାଗଡ଼(ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ରାମପୁର ସ୍ଥିତ ଏଚ୍‌ପି ପେଟ୍ରୋଲ ପମ୍ପ ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାଫଳରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ଉଲବା ଗାଁର ଭଜ ଧରୁଆ। ଆହତ ଉଲବା ଗାଁର ରାଜେଶ ଭୁଏ, ତୁଲସିଡୁଙ୍ଗୁରିର ଅଜିତ ମାଝି ଓ ବଲଦେବ ଭୋଇଙ୍କୁ ବଲାଙ୍ଗିର ସ୍ଥାନାନ୍ତର କରାଯାଇଛି।

ଗତକାଲି ରାତି ପ୍ରାୟ ୧୦ଟା ସମୟରେ ପାଟଣାଗଡ଼ରୁ ଭଜ ଓ ରାଜେଶ ଏକ ବାଇକ୍‌ରେ ନିଜ ଘର ଉଲବାକୁ ଫେରୁଥିଲେ। ଏହି ସମୟରେ ବିପରୀତ ଦିଗରୁ ଏକ ବାଇକ୍‌ରେ  ଅଜିତ ଓ ବଲଦେବ ଆସୁଥିବା ବେଳେ  ରାମପୁର ସ୍ଥିତ ଏଚ୍‌ପି ପେଟ୍ରୋଲ ପମ୍ପ ସମ୍ମୁଖରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଭଜଙ୍କ ମୃତ୍ୟୁ ଘଟିଥିଲା।

ରାଜେଶ, ଅଜିତ ଓ ବଲଦେବଙ୍କୁ ଗୁରୁତର ଅବସ୍ଥାରେ ଅଗ୍ନିଶମ ବାହିନୀ ଓ ପୁଲିସ ଉଦ୍ଧାର କରି ପାଟଣାଗଡ଼ ଉପଖଣ୍ଡ ଡାକ୍ତଖାନାରେ ଭର୍ତ୍ତି କରିଥିଲେ। ସେମାନଙ୍କୁ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସାପରେ ବଲାଙ୍ଗିର ସ୍ଥାନାନ୍ତର କରାଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

 

The post ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ମୃତ, ୩ଗୁରୁତର appeared first on Odisha Reporter.



from Odisha Reporter https://ift.tt/R05bJfA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages