୬ ଜୁଲାଇ,ବୁଧବାର: କର୍ମକ୍ଷେତ୍ରରେ ଶୁଭଫଳ ମିଳିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 5, 2022

୬ ଜୁଲାଇ,ବୁଧବାର: କର୍ମକ୍ଷେତ୍ରରେ ଶୁଭଫଳ ମିଳିବ

ମେଷ: ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ।ଭ୍ରମଣର ଯୋଗ ରହିଛି। ମହିଳା ମାନଙ୍କର କାର୍ଯ୍ୟ ପ୍ରଶଂସନୀୟ ହେବ। ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖାଦେଇପାରେ।

ବୃଷ: ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ। କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ।

ମିଥୁନ: ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ। ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି।

କର୍କଟ: ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ। ଅଫିସ୍ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ। ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ।

ସିଂହ: ସ୍ଥଗିତ କାମକୁ ଅତିଶୀଘ୍ର ସମ୍ପନ୍ନ କରିବା ଦିଗରେ  ଚେଷ୍ଟା କରି ସଫଳ ହେବେ। ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ।

କନ୍ୟା: ମନରେ ଭାବପ୍ରବଣତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ଉଦ୍ରେକ କରିବ। ସାମାଜିକ ସ୍ତରରେ  କାମ କରି ସମାଲୋଚିତ ହୋଇପାରନ୍ତି।

ତୁଳା: ପାରିବାରିକ ଜୀବନରେ ସମସ୍ୟା ଦେଖାଦେଇପାରେ। ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ମାଲି ମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ବିଛା: କର୍ମକ୍ଷେତ୍ରରେ ଶୁଭଫଳ ମିଳିବ। ଯାତ୍ରାରେ ସଫଳତା ହାସଲ କରିବେ। ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ।

ଧନୁ: ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଉପୁଜିପାରେ ଚେଷ୍ଟା କରୁଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ।  ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୁଳ ସୁଯୋଗ ସୃଷ୍ଟି ହେବ।

ମକର: ପ୍ରତ୍ୟେକ କ୍ଷେତ୍ରରେ ଧର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।

କୁମ୍ଭ: ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି। ଖାଦ୍ୟପ୍ରେୟର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।

ମୀନ: ପାରିବାରିକ କ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଯାନବାହନ ଚଳାଇବାବେଳେ ସତର୍କତା ଅବଲମ୍ବନ କରନ୍ତୁ।  ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନରେ ପାଇପାରନ୍ତି।

 

 

The post ୬ ଜୁଲାଇ,ବୁଧବାର: କର୍ମକ୍ଷେତ୍ରରେ ଶୁଭଫଳ ମିଳିବ appeared first on Odisha Reporter.



from Odisha Reporter https://ift.tt/Q2WoHXw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages