ଆଜି ୧୨ ଜିଲ୍ଲାରେ ପ୍ରବଳ ଛେଚିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 6, 2022

ଆଜି ୧୨ ଜିଲ୍ଲାରେ ପ୍ରବଳ ଛେଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି। ଏଥିପାଇଁ ଉପକୂଳ ଓଡ଼ିଶାଠାରୁ ଆରମ୍ଭ କରି ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ ସବୁଠି ବର୍ଷା ଜାରି ରହିଛି। ଆଜି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ପଶ୍ଚିମ ଓଡ଼ିଶାର ୬ଟି ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ପଶ୍ଚିମ ଓଡ଼ିଶାର ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି । ସେହିପରି ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲା ହେଲା ଗଜପତି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି।

 

 

 

The post ଆଜି ୧୨ ଜିଲ୍ଲାରେ ପ୍ରବଳ ଛେଚିବ appeared first on Odisha Reporter.



from Odisha Reporter https://ift.tt/Pn1OUmy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages