ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 20, 2022

ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଆ ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କ ପରଲୋକ ଘଟିଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ଗତକାଲି ରାତିରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ରାତି ପ୍ରାୟ ୨ଟା୨୫ମିନିଟ୍‌ରେ ରାଜେଶ୍ୱରୀଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି।

ରାଜେଶ୍ୱରୀ ବ୍ରେନ ଓ ଫୁସ୍‌ଫୁସ୍‌ କ୍ୟାନସରରେ ପୀଡ଼ିତ ହୋଇଥିବା ନେଇ ୨୦୧୯ ମସିହାରେ ଫେସ୍‌ବୁକ୍ ପେଜ୍‌ରେ ସୂଚନା ଦେଇଥିଲେ। ଏହାପରେ ସେ ଚିକିତ୍ସାଧୀନ ଥିବା ବେଳେ ସୁସ୍ଥ ହୋଇ ଆସୁଥିଲେ। ଦୀର୍ଘ ଦିନ ହେଲା କ୍ୟାନସର ସହ ଲଢେଇ ଜାରି ରଖିଥିବା ବେଳେ ଗତକାଲି କିନ୍ତୁ ସେ ଏହି ଯୁଦ୍ଧରେ ହାରି ଯାଇଛନ୍ତି।

ରାଜେଶ୍ୱରୀ  ଏକାଧିକ ଓଡ଼ିଆ ଧାରାବାହିକରେ ଅଭିନୟ କରି ପ୍ରଶଂସା ସାଉଁଟିଥିଲେ । ଚଳଚ୍ଚିତ୍ର ‘ସତ୍ୟମେବ ଜୟତେ’, ‘ଆରେ ସାଥୀ ଆ’, ‘ବ୍ଲାକ୍‌ମେଲ୍‌’ରେ ସେ ଜବରଦସ୍ତ ଅଭିନୟ କରିଥିଲେ। ସେହିପରି ଧାରାବାହିକ ‘ଉଆଁସୀ କନ୍ୟା’, ‘ବସୁନ୍ଧରା’, ‘ସଂସ୍କାର’, ‘ସ୍ୱାଭିମାନ’, ‘ଦେବୀ’, ‘କୁମ୍‌କୁମ୍‌’ ଇତ୍ୟାଦିରେ ରାଜେଶ୍ୱରୀଙ୍କ ଅଭିନୟ ଦର୍ଶକଙ୍କୁ ବେଶ ପସନ୍ଦ ଆସିଥିଲା। ଧାରାବାହିକ ଉଆଁସି କନ୍ୟାରେ ଅଳକା ଚରିତ୍ରରେ  ସେ ଅଭିନୟ କରିଥିଲେ। ଅଳକା ନାଁରେ ଘରେ ଘରେ ପରିଚିତ ଥିଲେ। ବିଶେଷତଃ ନେଗେଟିଭ ରୋଲ ପାଇଁ  ରାଜେଶ୍ୱରୀ  ଖୁବ୍‌ ଲୋକପ୍ରିୟତା ସାଉଣ୍ଟି ଥିଲେ।

The post ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କ ପରଲୋକ appeared first on Odisha Reporter.



from Odisha Reporter https://ift.tt/gbCojie

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages