ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 26, 2022

ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ। ସକାଳ ୧୧ଟା ୩୦ରେ ପ୍ରକାଶ ପାଇବ ଫଳାଫଳ। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ରେଜଲ୍ଟ ପ୍ରକାଶ କରିବେ।

ରାଜ୍ୟ ବୈଷୟିକ ଶିକ୍ଷା ପରିଷଦ ଅଡିଟୋରିଅମରେ ମନ୍ତ୍ରୀ  ବିଧିବଦ୍ଧ ଭାବେ ଫଳାଫଳ ପ୍ରକାଶ କରିବେ। ଜୁଲାଇ ୪ ତାରିଖରେ ହୋଇଥିବା ଓଜେଇଇରେ ପ୍ରାୟ ୫୮ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସର୍ବାଧିକ ଲାଟେରାଲ ଏଣ୍ଟ୍ରି ଟୁ ବିଟେକରେ ୨୦ ହଜାର ୧୬୮ ଜଣ ପରୀକ୍ଷାର୍ଥୀ ଆବେଦନ କରିଥିଲେ। ବି. ଫାର୍ମା ପାଇଁ ୧୨,୨୨୯ ଜଣ ଓ ଏମବିଏ ପାଇଁ ୧୦,୬୭୪ ଜଣ ଆବେଦନ କରିଥିଲେ ।

ରାଜ୍ୟର ୩୦ ଜିଲ୍ଲାରେ ୬୧ଟି କେନ୍ଦ୍ରରେ ହୋଇଥିଲା ପରୀକ୍ଷା। ଏହାଛଡ଼ା କୋଲକାତା, ରାଞ୍ଚି ଓ ପାଟନାରେ ଗୋଟିଏ ଗୋଟିଏ ପରୀକ୍ଷା କେନ୍ଦ୍ର କରାଯାଇଥିଲା।

ଜୁଲାଇ ୪ ରୁ ୮ ତାରିଖ ଯାଏ ଦିନକୁ ୩ଟି ସିଟିଂ ରେ  ପରୀକ୍ଷା ହୋଇଥିଲା । କମ୍ପ୍ୟୁଟର ବେସଡ୍ ପରୀକ୍ଷା ଯୋଗୁ ପରୀକ୍ଷାର୍ଥୀଙ୍କୁ ଦେଢ଼ ଘଣ୍ଟା ଆଗରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ଓଜେଇଇ ପକ୍ଷରୁ ନିର୍ଦ୍ଦେଶ ରହିଥିଲା ।

The post ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ appeared first on Odisha Reporter.



from Odisha Reporter https://ift.tt/xcJ5pBj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages