ଆଜି ASO ପରୀକ୍ଷା, ୩ଟି ସିଟିଂରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 26, 2022

ଆଜି ASO ପରୀକ୍ଷା, ୩ଟି ସିଟିଂରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବନ୍ୟା ଯୋଗୁ ଘୁଞ୍ଚିଥିବା ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ASO) ପରୀକ୍ଷା ଆଜି ହେବ। ୩ଟି ସିଟିଂରେ ଏହି ପରୀକ୍ଷା ହେବ।  ପ୍ରଥମ ସିଟିଂ ପରୀକ୍ଷା ସକାଳ ୯ରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ରହିଛି। ଦ୍ୱିତୀୟ ସିଟିଂ ପରୀକ୍ଷା ସାଢ଼େ ୧୧ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ହେବ। ସେହିପରି ତୃତୀୟ ସିଟିଂ ଅପରାହ୍ଣ ୨ଟାରୁ ୪ଟା ୩୦ ପର୍ଯ୍ୟନ୍ତ ହେବ। ତେବେ ଭିନ୍ନକ୍ଷମ ପ୍ରାର୍ଥୀଙ୍କ ପାଇଁ ପରୀକ୍ଷା ସମୟ ଟିକେ ଅଧିକ ରଖାଯାଇଛି। ସେମାନେ ପ୍ରତି ସିଟିଂରେ ଅଧ ଘଣ୍ଟାଏ ଲେଖାଏଁ ଅଧିକ ସମୟ ପାଇବେ।

ପ୍ରଥମ ସିଟିଂରେ ସାଧାରଣ ଜ୍ଞାନ ପରୀକ୍ଷା ହେବ। ଦ୍ୱିତୀୟ ସିଟିଂରେ Reasoning ଓ Meantal Ablility ସହିତ ଗଣିତ ପରୀକ୍ଷା କରାଯିବ। ସେହିପରି ତୃତୀୟ ସିଟିଂରେ  ଇଂରାଜୀ ଓ ଓଡ଼ିଆ ପରୀକ୍ଷା ହେବ।

ମୋଟ ୭୬୯ଟି ASO ପଦବୀରେ ନିଯୁକ୍ତି ପାଇଁ ଏହି ପରୀକ୍ଷା କରାଯାଉଛି। ପୂର୍ବରୁ ଅଗଷ୍ଟ ୨୧ ତାରିଖରେ ଏଏସ୍‌ଓ ନିମନ୍ତେ ଦିନ ଧାର୍ଯ୍ୟ କରାଯାଇଥିଲା । ମାତ୍ର  ରାଜ୍ୟରେ ପ୍ରବଳ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ ଏହାକୁ ଘୁଞ୍ଚାଇ ଦିଆଯାଇଥିଲା। ASO ଲିଖିତ ପରୀକ୍ଷା ଦେବାକୁ ଆଶାୟୀ ଥିବା ବହୁ ଛାତ୍ରଛାତ୍ରୀ ବନ୍ୟା ଘେରରେ ଥିବାରୁ ସେମାନଙ୍କ ସୁବିଧା ପାଇଁ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଥିଲା

The post ଆଜି ASO ପରୀକ୍ଷା, ୩ଟି ସିଟିଂରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ appeared first on Odisha Reporter.



from Odisha Reporter https://ift.tt/BHc3S7o

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages