ପୂର୍ବତନ ବିଚାରପତି ଜଷ୍ଟିସ୍‌ ଦେବପ୍ରିୟ ମହାପାତ୍ରଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 31, 2022

ପୂର୍ବତନ ବିଚାରପତି ଜଷ୍ଟିସ୍‌ ଦେବପ୍ରିୟ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର୍): ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ପରଲୋକ। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ଓଡ଼ିଶା ରାଜ୍ୟ ମାନବାଧିକାର କମିଶନର ପ୍ରଥମ ଅଧ୍ୟକ୍ଷ ଥିଲେ ଦେବପ୍ରିୟ। ତାଙ୍କ ମୃତ୍ୟୁରେ ଅନେକ ମାନଗଣ୍ୟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

୧୯୩୭ ମସିହା ଅଗଷ୍ଟ ୩ ତାରିଖରେ ଜଷ୍ଟିସ ଦେବପ୍ରିୟ ମହାପାତ୍ର ଜନ୍ମଗ୍ରହଣ କରିଥିଲେ। ୧୯୬୦ ମସିହାରୁ ସେ ଓଡ଼ିଶା ହାଇକୋର୍ଟରେ ଓକିଲାତି କରିବା ପରେ ୧୯୯୩ରୁ ୧୯୯୬ ଯାଏ ବିଚାରପତି ଭାବେ କାର୍ଯ୍ୟ କରିଥିଲେ।

ଏହାପ‌ରେ ଜଷ୍ଟିସ ଦେବପ୍ରିୟ ମହାପାତ୍ର ୧୯୯୬ରେ ଆହ୍ଲାବାଦ ନ୍ୟାୟଳୟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟଭାର ତୁଲାଇଥିଲେ। ୧୯୯୮ରେ ସେ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ।

ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ପରଲୋକରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରିଛନ୍ତି। ସେ ଟ୍ୱିଟ୍‌ କରି ତାଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିବା ସହ ଦିବଙ୍ଗତ ଆତ୍ମାର ସଦଗତି କାମନା କରି ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

The post ପୂର୍ବତନ ବିଚାରପତି ଜଷ୍ଟିସ୍‌ ଦେବପ୍ରିୟ ମହାପାତ୍ରଙ୍କ ପରଲୋକ appeared first on Odisha Reporter.



from Odisha Reporter https://ift.tt/i45BcOS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages