ଟ୍ରକ୍‌କୁ ଧକ୍କା ଦେଲା ଆମ୍ବୁଲାନ୍ସ, ୫ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 2, 2022

ଟ୍ରକ୍‌କୁ ଧକ୍କା ଦେଲା ଆମ୍ବୁଲାନ୍ସ, ୫ ଆହତ

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ବସ୍ତାର ହଲଦିପଦା ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଟ୍ରକ୍‌କୁ ଦେବାରୁ ୫ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ଆମ୍ବୁଲାନ୍ସ ଡ୍ରାଇଭର ବଳରାମ ନାୟକ,ହେଲପର ସନ୍ତୋଷ କୁମାର ମହାନ୍ତି ,ଫାର୍ମାସିଷ୍ଟ ଗଣେଶ ଚନ୍ଦ୍ର ପ୍ରଧାନ, ରୋଗୀ ଜ୍ୟୋତ୍ସ୍ନା ରାଣୀ ମଞ୍ଜ  ଓ ତାଙ୍କର ଦୁଇ ଜଣ ସମ୍ପର୍କୀୟ।  ସମସ୍ତଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଜ୍ୟୋତ୍ସ୍ନା ରାଣୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଜଳେଶ୍ୱରପୁର ହସପିଟାଲରେ ଚିକିତ୍ସାଧୀନ ଥିଲେ। ଆଜି ଭୋର ୪ଟା ସମୟରେ ଆମ୍ବୁଲାନ୍ସଟି ଜଳେଶ୍ୱରପୁର ହସପିଟାଲରୁ ଜ୍ୟୋତ୍ସ୍ନାରାଣୀଙ୍କୁ ନେଇ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ଆସୁଥିଲା। ଏହି ସମୟରେ ହଲଦିପଦା ନିକଟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକ୍‌କୁ ଆମ୍ବୁଲାନ୍ସଟି ଧକ୍କା ଦେଇଥିଲା। ଦୁର୍ଘଟଣାରେ ୫ ଜଣ ଆହତ ହୋଇଥିଲେ। ସ୍ଥାନୀୟ ଲୋକ ଓ ପୁଲିସ ଉଦ୍ଧାର କରି ସେମାନଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।

ଟ୍ରକ୍‌ରେ  ଥିବା ଡ୍ରାଇଭର ଓ ହେଲପରଙ୍କର କିଛି ହୋଇନାହିଁ। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

The post ଟ୍ରକ୍‌କୁ ଧକ୍କା ଦେଲା ଆମ୍ବୁଲାନ୍ସ, ୫ ଆହତ appeared first on Odisha Reporter.



from Odisha Reporter https://ift.tt/6BTd40e

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages