ପୁରୀ(ଓଡ଼ିଶା ରିପୋର୍ଟର): ଆଜି ସପ୍ତପୁରୀ ଅମାବାସ୍ୟା । ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା ବୋଲି କୁହାଯାଇଥାଏ। ଆଜିର ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଦେବତା ଭଗବାନ ଶ୍ରୀଜଗନ୍ନାଥଙ୍କଠାରେ ସପ୍ତପୁରୀ ଭୋଗ ଲାଗି ହୋଇଥାଏ ।
ଆଜି ଅବକାଶ ନିତି ସରିବା ପରେ ଠାକୁରଙ୍କୁ ବେଶ କରାଯାଇଥିଲା । ଗମ୍ଭିରାରେ ପାଣି ପଡ଼ି ଟେରା ବନ୍ଧାଯିବା ପରେ ସକାଳ ଧୂପ ସହ ସାତପୁରୀ ଭୋଗ ରୋଷ ଘରୁ ଆସିଥିଲା। ଏହାପରେ ପୂଜାପଣ୍ଡା ଷୋଡଶ ଉପଚାରରେ ପୂଜା କରିଥିଲେ । ଶ୍ରୀମନ୍ଦିରରେ ଶ୍ରୀ ଜୀଉଙ୍କର ଆଜି ବିଶେଷ ପୂଜାନୀତି ସହ ସନ୍ଧ୍ୟା ଧୂପ ହେବ । ଏହାପରେ ବସ୍ତ୍ରହରଣ ପ୍ରସ୍ତାବ ସହ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିବେ ।
ଗତକାଲି ଅଠରନଳା ନିକଟରେ ଅବସ୍ଥିତ ମା’ ଆଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଚତୁଃର୍ପାଶ୍ୱ ବୁଲି ତାଡଗୁଡିକୁ ରୋଷ ବେହେରଣରେ ରଖାଯାଇଥିଲା। ଗତକାଲି ସନ୍ଧ୍ୟା ଧୂପ ସରିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଏକ ପଟୁଆରରେ ଶ୍ରୀମନ୍ଦିର ବାହାରେ ଥିବା ଦକ୍ଷିଣକାଳୀଙ୍କ ମନ୍ଦିରକୁ ଯାଇଥିଲେ। ଏହାପରେ ଆଜି ଶ୍ରୀମନ୍ଦିରରେ ଆୟୋଜିତ ହେବ ସପ୍ତପୁରୀ ଅମାବାସ୍ୟା ।
The post ଆଜି ସପ୍ତପୁରୀ ଅମାବାସ୍ୟା, ଶ୍ରୀଜୀଉଙ୍କଠାରେ ଲାଗି ହେବ ସପ୍ତପୁରୀ ଭୋଗ appeared first on Odisha Reporter.
from Odisha Reporter https://ift.tt/DA1z379
No comments:
Post a Comment