ମହିମା ମିଶ୍ର ଓ ତାଙ୍କ ପୁଅଙ୍କୁ ୯ଘଣ୍ଟା ଘାଣ୍ଟିଲା ସିବିଆଇ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 4, 2022

ମହିମା ମିଶ୍ର ଓ ତାଙ୍କ ପୁଅଙ୍କୁ ୯ଘଣ୍ଟା ଘାଣ୍ଟିଲା ସିବିଆଇ

କଟକ(ଓଡ଼ିଶା ରିପୋର୍ଟର):  ଶିଳ୍ପପତି ମହିମା ମିଶ୍ର ଓ ପୁଅ ଚନ୍ଦନ ମିଶ୍ରଙ୍କୁ୯ ଘଣ୍ଟା ଧରି ପଚରାଉଚରା କରିବା ପରେ ଛାଡ଼ିଲା ସିବିଆଇ। ମହିମାଙ୍କୁ ଗତକାଲି ପାରାଦୀପ ବନ୍ଦର ଗେଷ୍ଟ ହାଉସରେ ୬ ଘଣ୍ଟା ଧରି ସିବିଆଇ ଜେରା କରିଥିଲା ବେଳେ ସେହିପରି ଭୁବନେଶ୍ୱର ସିବିଆଇ ଅଫିସରେ ସାଢ଼େ୩ ଘଣ୍ଟାରୁ ଅଧିକ ସମୟ ଧରି  ଚନ୍ଦନଙ୍କୁ ପଚରାଉଚରା କରିଥିଲା ସିବିଆଇ। ଉଭୟଙ୍କୁ ୨୫ ଲକ୍ଷ ଟଙ୍କା ଲିଙ୍କ୍‌ ନେଇ ଜେରା କରାଯାଇଥିବା ଅନୁମାନ କରାଯାଉଛି।

ଗତକାଲି ସକାଳେ ସିବିଆଇ ଟିମ୍ ମହିମାଙ୍କ କଟକ ଘର, ଅଫିସ୍ ଓ ପାରାଦୀପ ଅଫିସରଆ ରେଡ୍ କରିଥିଲା। ଏହା ସହ ପାରାଦୀପ ପୋର୍ଟର ଚିଫ୍ ମେକାନିକାଲ ଇଞ୍ଜିନିଅର ସରୋଜ ଦାସ ଏବଂ OSLର ଠିକା କର୍ମଚାରୀ ସୁମନ୍ତ ରାଉତଙ୍କୁ ବି ପାରାଦୀପରୁ ଉଠାଇ ନେଇ ପଚରାଉଚରା କରିଥିଲା ସିବିଆଇ।

କୋଲ୍ ମାଇନିଂ କମ୍ପାନି KCT ସହ ପାରାଦୀପ ପୋର୍ଟର ଚିଫ୍ ମେକାନିକାଲ ଇଞ୍ଜିନିଅର ସରୋଜ ଦାସଙ୍କ ବିବାଦ ଥିଲା। ଏହାକୁ ସମାଧାନ କରିବାକୁ  KCTର କୋଲ୍ ହାଣ୍ଡଲିଂ ଏଜେଣ୍ଟ ୨୫ ଲକ୍ଷ ଟଙ୍କା ସରୋଜଙ୍କୁ ଦେଇଥିବା ଚର୍ଚ୍ଚା ହେଉଥିଲା। ଓଏସ୍ଏଲ୍ ଠିକା କର୍ମଚାରୀ ସମନ୍ତ ରାଉତ ଜରିଆରେ ଏହି ଲାଞ୍ଚ ଟଙ୍କା ନେଇଥିବା କୁହାଯାଉଛି। ଘଟଣାକୁ ନେଇ ସିବିଆଇ, ଓଏସ୍ଏଲ୍, KCT କିମ୍ବା  ସରୋଜ ଦାସଙ୍କ ପ୍ରତିକ୍ରିୟା ମିଳିପାରିନି।

 

 

The post ମହିମା ମିଶ୍ର ଓ ତାଙ୍କ ପୁଅଙ୍କୁ ୯ଘଣ୍ଟା ଘାଣ୍ଟିଲା ସିବିଆଇ appeared first on Odisha Reporter.



from Odisha Reporter https://ift.tt/cgRTCd9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages