ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାକୁ ଆଜି ଦିଲ୍ଲୀ ଯିବେ ୨୬ ବିଧାୟକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 1, 2022

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାକୁ ଆଜି ଦିଲ୍ଲୀ ଯିବେ ୨୬ ବିଧାୟକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଦିଲ୍ଲୀ ଯିବେ ବିଧାୟକଙ୍କ ୨୬ ଜଣିଆ ଟିମ୍। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଧନ୍ୟବାଦ ଜଣାଇବେ ବିଧାୟକମାନେ। ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୩ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ବିଧାୟକମାନେ ଭେଟିବାର କାର୍ଯ୍ୟକ୍ରମ ରହିଛି। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ଆଜି ବିଧାୟକମାନେ ଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀ ଗସ୍ତରେ ଯାଉଥିବା ବିଧାୟକଙ୍କ ମାନଙ୍କ ମଧ୍ୟରେ ବିଜେଡିର ୧୭ ବିଧାୟକ, କଂଗ୍ରେସର ୩, ବିଜେପିର ୬ ବିଧାୟକ ଅଛନ୍ତି। ଆଜି ଦିନବେଳା କିଛି ବିଧାୟକ ଦିଲ୍ଲୀ ଯାଉଥିବାବେଳେ ଆଉ କିଛି ବିଧାୟକ ରାତିରେ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୂର୍ବରୁ ଓଡ଼ିଶା ବିଧାନସଭାକୁ ୨ ଥର ନିର୍ବାଚିତ ହୋଇଛନ୍ତି।  ଥରେ ରାଜ୍ୟର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଛନ୍ତି।

ସୂଚନାଯୋଗ୍ୟ, ଜୁଲାଇ ୨୫ ତାରିଖରେ ସଂସଦର ସେଣ୍ଟ୍ରାଲ ହଲରେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଥିଲେ। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମନ୍ନା ପଦ ଓ ଗୋପାନୀୟତାର ଶପଥ ପାଠ କରାଇଥିଲେ।

ମୟୂରଭଞ୍ଜର ଉପରବେଡ଼ା ଭଳି ଗୋଟିଏ ଛୋଟିଆ ଗାଁରେ ଜନ୍ମ ଗ୍ରହଣ କରିଥିବା ଦ୍ରୌପଦୀ ମୁର୍ମୁ ଏବେ ମାଡାମ ପ୍ରେସିଡେଣ୍ଟ। ସେ ପ୍ରଥମ ଆଦିବାସୀ ମହିଳା ଓ ପ୍ରଥମ ଓଡ଼ିଆ ଭାବେ ଦେଶର ସର୍ବୋଚ୍ଚ ପଦ ଅଳଙ୍କୃତ କରିଛନ୍ତି।

ଦ୍ରୌପଦୀ ମୁର୍ମୁଙ୍କ ଶପଥ ପାଠ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ସମସ୍ତ କେନ୍ଦ୍ରମନ୍ତ୍ରୀ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବରିଷ୍ଠ ନେତା ମୁରଲୀ ମନୋହର ଯୋଶୀ, ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ  ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଥିଲେ।

ଜଣେ ଓଡ଼ିଆ ଝିଅର ଏପରି ସଫଳତା ପାଇଁ ଭୁବନେଶ୍ୱରରୁ ରାଇରଙ୍ଗପୁର ଯାଏ ଉତ୍ସବର ପରିବେଶ ସୃଷ୍ଟି ହୋଇଥିଲା। ଦେଶର ବିଭିନ୍ନ ପ୍ରାନ୍ତରେ ମଧ୍ୟ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଓଡ଼ିଶାର ସମସ୍ତେ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଗର୍ବ ଅନୁଭବ କରୁଛନ୍ତି।

The post ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାକୁ ଆଜି ଦିଲ୍ଲୀ ଯିବେ ୨୬ ବିଧାୟକ appeared first on Odisha Reporter.



from Odisha Reporter https://ift.tt/7pZoXy8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages