ଆଜି ପବିତ୍ର ଜନ୍ମାଷ୍ଟମୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 17, 2022

ଆଜି ପବିତ୍ର ଜନ୍ମାଷ୍ଟମୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ।  ଦ୍ୱାପରଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ।  ଏହାଥିଲା ତାଙ୍କର ଶ୍ରୀକୃଷ୍ଣ ଅବତାର। କଂସଦ୍ୱାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ କୃଷ୍ଣ ଜନ୍ମ ଲାଭ କରିଥିଲେ। ବନ୍ଦିଶାଳାରେ ମାତାପିତାଙ୍କୁ ଶ୍ରୀକୃଷ୍ଣ ଜଣାଇଥିଲେ ତାଙ୍କର ଧରାବତରଣ ଉଦ୍ଦେଶ୍ୟ।ଶ୍ରୀକୃଷ୍ଣଙ୍କ ଏହି ପବିତ୍ର ଜନ୍ମ ଦିନକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ। ଏ ଅବସରରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଅଛି ସ୍ୱତନ୍ତ୍ର ନୀତିକାନ୍ତି।

 ଗତକାଲି ସଂନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା।  ଏଥିସହ ସଂନ୍ଧ୍ୟାଧୂପ ପରେ  ଜୟବିଜୟ ଦ୍ୱାର ବନ୍ଦ ରଖାଯାଇଥିଲା।  ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା, ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯାଇଥିଲା।  ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିଥିଲେ।

 

  ତିନି ପୂଜାପଣ୍ଡା ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରଥିଲେ।  ଶ୍ରୀମନ୍ଦିରର ଏହି ସ୍ୱତନ୍ତ୍ର ନୀତିକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ।  ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣକରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରିବାର ପରମ୍ପରା ରହିଛି।

 

The post ଆଜି ପବିତ୍ର ଜନ୍ମାଷ୍ଟମୀ appeared first on Odisha Reporter.



from Odisha Reporter https://ift.tt/vQgJqTt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages