ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଯୁକ୍ତ ଦୁଇ ନାମଲେଖା। ଯୁକ୍ତ ଦୁଇରେ ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ନାମଲେଖା। ନାମଲେଖା ପ୍ରକ୍ରିୟା ସମୟ ସକାଳ ୯ଟାରୁ ଅପରାହ୍ଣ ୫ଟା ମଧ୍ୟରେ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ୪ଲକ୍ଷ ୪ ହଜାର ଛାତ୍ରଛାତ୍ରୀ ୧୯ ତାରିଖରୁ ୨୫ ପର୍ଯ୍ୟନ୍ତ ନାମ ଲେଖାଇବେ।
ସେହିପରି ଏକ ଘଣ୍ଟାରେ ୧୫ ଜଣ ଆବେଦନକାରୀଙ୍କ ନାମଲେଖା ହେବ। ପିଲାଙ୍କ ନାମଲେଖା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ମାର୍ଗଦର୍ଶିକା ଜାରି କରିଛି। ତେବେ ୨୫ ଯାଏ ନାମଲେଖା ହେବାକୁ ଥିବାବେଳେ ଅଗଷ୍ଟ ୨୭ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଥିବା ପିଲା ସ୍ଲାଇଡ-ଅପ କରିପାରିବେ। ସେପ୍ଟେମ୍ବେର ୨ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ସେପ୍ଟେମ୍ବର ୫ରୁ ୭ ତାରିଖ ମଧ୍ୟରେ ହେବାକୁ ଥିବାବେଳେ ୮ ତାରିଖ ରାତି ୯ଟାରେ ନାମଲେଖା ତାଲିକା ପୋର୍ଟାଲରେ ଅପଲୋଡ ହେବ।
ସେପ୍ଟେମ୍ବର ୧୩ ତାରିଖରେ ସ୍ପଟ୍ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ୧୪ ତାରିଖ ଅପରାହ୍ଣ ୫ଟା ସୁଦ୍ଧା ନାମଲେଖା ପ୍ରକ୍ରିୟା ସରିବ। ୧୭ ତାରିଖ ସଂଧ୍ୟା ୬ଟାରେ ପିଲାଙ୍କ ନାମଲେଖା ନେଇ ଚୂଡ଼ାନ୍ତ ତଥ୍ୟ ପୋର୍ଟାଲରେ ଅପଡେଟ ହେବ।
The post ଆଜିଠାରୁ ଯୁକ୍ତ ଦୁଇ ନାମଲେଖା appeared first on Odisha Reporter.
from Odisha Reporter https://ift.tt/bNfn9aT
No comments:
Post a Comment