୨ ମାସ ପରେ ଜେଲ୍‌ରୁ ମୁକୁଳିଲେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 29, 2022

୨ ମାସ ପରେ ଜେଲ୍‌ରୁ ମୁକୁଳିଲେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାଖାପାଖି ୨ ମାସ ପରେ ଜେଲରୁ ମୁକୁଳିଲେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ । ଅର୍ଦ୍ଧେନ୍ଦୁଙ୍କୁ ଦୁଇ ଦିନ ତଳେ ହାଇକୋର୍ଟରୁ ଜାମିନ ମିଳିଥିବା ବେଳେ ଗତକାଲି ସେ ଝାରପଡ଼ା ଜେଲ୍‌ରୁ ମୁକୁଳିଛନ୍ତି ।

ସୂଚନା ଥାଉକି, ଅର୍ଦ୍ଧେନ୍ଦୁଙ୍କ ନାଁରେ ୧ କୋଟି ଟଙ୍କାର ଠକେଇ ମାମଲା ରହିଛି। ଏନେଇ ଅର୍ଦ୍ଧେନ୍ଦୁଙ୍କୁ ଦୁଇ ଥର ନୋଟିସ୍ ପରେ ବି ସେ ହାଜର ହୋଇଥିବା EOW ପକ୍ଷରୁ କୁହାଯାଇଥିଲା । ଏହାପରେ ଗତ ଜୁନ୍ ୨୯ ତାରିଖ ରାତିରେ ଅର୍ଦ୍ଧେନ୍ଦୁଙ୍କୁ ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅଞ୍ଚଳରୁ ଉଠାଇ ନେଇ ଜେରା କରିବା ପରେ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ EOW। ସେବେଠୁ ସେ ଝାରପଡ଼ା ଜେଲ୍‌ରେ  ଥିଲେ ।

ଦିଲ୍ଲୀର ଜଣେ ବ୍ୟବସାୟୀ ଗଗନଦୀପ ଚାୱଲାଙ୍କ ନିକଟରୁ ଅର୍ଦ୍ଧେନ୍ଦୁ ଦାସ ନିଜ ଚ୍ୟାନେଲ ପାଇଁ ପ୍ରାୟ କୋଟିଏ ଟଙ୍କାର  ଜିନିଷ କିଣିଥିଲେ। ମାତ୍ର ସେ ଏହି ଟଙ୍କା ଦେଇ ନ ଥିବା ନେଇ ବ୍ୟବସାୟୀଜଣକ EOW ନିକଟରେ ଅଭିଯୋଗ କରିଥିଲେ। ଏହି ଘଟଣାର ଖୋଳତାଡ଼ କରି EOW ପକ୍ଷରୁ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରାଯାଇଥିଲା।

ଜେଲ୍‌ରୁ ମୁକୁଳିବା ପରେ ଅର୍ଦ୍ଧେନ୍ଦୁ ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଉଛନ୍ତି।

ଜେଲ୍‌ରୁ ବାହାରିବା ପରେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖି ଅର୍ଦ୍ଧେନ୍ଦୁ କହିଛନ୍ତି, ସାଢ଼େ ୪ କୋଟି ଓଡ଼ିଆ ଏହି ସମୟରେ ମୋ ସହ ଛିଡା ହୋଇଥିବାରୁ ମୁଁ ସେମାନଙ୍କ ପାଖରେ ଋ଼ଣୀ । ଯୁଗେ ଯୁଗେ ସତ୍ୟର, ଧର୍ମର ଜୟ ହୋଇଛି। ଯାହା ଜଣାଇବି କାଳିଆ ପାଖକୁ ଯାଇ ଜଣାଇବି ।

ଅପରପକ୍ଷେ, ଅର୍ଦ୍ଧେନ୍ଦୁ ଦାସଙ୍କ ନାମରେ ବରଗଡ଼ ଥାନା, ମର୍କତନଗରୀ ଥାନା ଓ ପୁରୀଘାଟ ଥାନାରେ ଆଉ ୩ଟି ମାମଲା ରୁଜୁ ହୋଇଥିଲା। ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଘରଭଡ଼ା ବାବଦ ଦେୟ ଅର୍ଦ୍ଧେନ୍ଦୁ ଦାସ ଦେଇ ନ ଥିବା ନେଇ ଘରମାଲିକ ବରଗଡ଼ ଥାନାରେ ଅଭିଯୋଗ କରିଥିଲେ। ଅର୍ଦ୍ଧେନ୍ଦୁଙ୍କ ଚ୍ୟାନେଲରେ କାର୍ଯ୍ୟ କରୁଥିବା ଜଣେ କର୍ମଚାରୀ ଦରମା ପାଇ ନ ଥିବା ନେଇ ମର୍କତନଗରୀ ଥାନାରେ ଅଭିଯୋଗ କରିଥିଲେ। ଏହାବାଦ ପୁରୀଘାଟ ଥାନାରେ ଅର୍ଦ୍ଧେନ୍ଦୁ ଦାସଙ୍କ ନାଁରେ ଆଉ ଏକ ମାମଲା ରୁଜୁ ହୋଇଥିଲା।

The post ୨ ମାସ ପରେ ଜେଲ୍‌ରୁ ମୁକୁଳିଲେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ appeared first on Odisha Reporter.



from Odisha Reporter https://ift.tt/Enh46Xa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages