ଭୁବନେଶ୍ୱର(ଓଡ଼ିଶା ରପୋର୍ଟର): ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୧ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିଲାଗି ୪ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡା। ଏହି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୨୦ସେମି ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ୧୧ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ଅନୁଗୋଳ, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ। ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
The post ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷିବ, ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ appeared first on Odisha Reporter.
from Odisha Reporter https://ift.tt/NrOVmau
No comments:
Post a Comment