ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲ୍ମାର୍କଡ ଲୋ’ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ତେବେ ଆଜି ୨ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ୮ଟି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଓ ୧୦ଟି ଜିଲ୍ଲା ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିଜିଲ୍ଲା ଗୁଡ଼ିକ ହେଲା କଳାହାଣ୍ଡି ଓ ରାୟଗଡ଼ା। ସେହିପରି ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ଗଜପତି ଓ ଗଞ୍ଜାମ। ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, କଟକ ଓ ଜଗତତ୍ସିଂହପୁର।
ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିବ। ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
The post ୨ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ, ୮ଟି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ appeared first on Odisha Reporter.
from Odisha Reporter https://ift.tt/OhvTofa
No comments:
Post a Comment