ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏଥିପାଇଁ ୮ଜିଲ୍ଲାକୁ ପ୍ରବଳ ବର୍ଷା ଓ ୨୦ ଜିଲ୍ଲାକୁ ବର୍ଷା ସହ ଘଡ଼ଘଡ଼ି ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉତ୍ତର ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ସମେତ କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ଆଜି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଉତ୍ତର ଓଡ଼ିଶାର ସମସ୍ତ ୧୫ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର ୫ଜିଲ୍ଲା ସମେତ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ହେବାର ସମ୍ଭାବନା ରହିଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ଆଜି ପୂର୍ବ ରାଜସ୍ଥାନ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଅଞ୍ଚଳରେ ସକ୍ରିୟ ରହିଛି। ଏହା ପଶ୍ଚିମ ଦିଗରେ ନିଜର ଗତି ପଥ ବଜାୟ ରଖିବା ସହ ଆଗାମୀ ୧୨ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଏକ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ,୧ଜୁନରୁ ୨୨ ଅଗଷ୍ଟ ମଧ୍ୟରେ ରାଜ୍ୟରେ ୯୪୧.୯ ମିମି ବର୍ଷା ରେକର୍ଡ କରାଯାଇଛି। ଯାହାକି ଏହି ସମୟର ସ୍ୱାଭାବିକ ବର୍ଷା ୮୨୨.୯ ମିମି ତୁଳନାରେ ୧୪% ଅଧିକ ରହିଛି। ଏହି ସମୟ ମଧ୍ୟରେ କନ୍ଧମାଳରେ ସ୍ୱାଭାବିକ ଠାରୁ ଅତ୍ୟଧିକ ବର୍ଷା ରେକର୍ଡ ହୋଇଛି। ଦେବଗଡ, ଢେଙ୍କାନାଳ, ନୟାଗଡ, ବୌଦ୍ଧ, କୋରାପୁଟ, ରାୟଗଡା ଓ ଗଜପତିରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଟ ୨୨ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଛି।
The post ଆଜିଠୁ ପୁଣି ବର୍ଷା, ୮ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ appeared first on Odisha Reporter.
from Odisha Reporter https://ift.tt/w3CMoj7
No comments:
Post a Comment