ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ଆଜି ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ସହ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ। ଆଜି ପାଇଁ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିବ। ସେହିପରି ଆସନ୍ତାକାଲି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଛତିଶଗଡ଼ରେ ମଧ୍ୟ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
୧୯ ଓ ୨୦ ତାରିଖରେ ହେବାକୁ ଥିବା ବର୍ଷାର ପ୍ରଭାବ ନଦୀଗୁଡ଼ିକ ଉପରେ ପଡ଼ିବ। ଯେଉଁ ନଦୀ ଗୁଡ଼ିକରେ ବନ୍ୟା ସ୍ଥିତି ରହିଛି, ସେଗୁଡ଼ିକ ଅଧିକ ପ୍ରଭାବିତ ହୋଇପାରନ୍ତି। ଉତ୍ତର-ପଶ୍ଚିମ ଓଡ଼ିଶାର ପାହାଡ଼ିଆ ସ୍ଥାନରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ବୋଲି ଆଇଏମ୍ଡି ଡିଜି ଶ୍ରୀ ମୃତ୍ୟୁଞ୍ଜୟ ମହାପାତ୍ର ଗତକାଲି ସୂଚନା ଦେଇଥିଲେ।
The post ଅବପାତରେ ପରିଣତ ହେଲା ଲଘୁଚାପ, ଓଡ଼ିଶା ପାଇଁ ରେଡ୍ ୱାର୍ଣ୍ଣିଂ appeared first on Odisha Reporter.
from Odisha Reporter https://ift.tt/JNwrzpK
No comments:
Post a Comment