ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୧୦ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 17, 2022

ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୧୦ ଆହତ

ଚାନ୍ଦବାଲି (ବାସୁଦେବ ଦାସ): ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ରାମପଲ୍ଲୀ ଗାଁରେ ପୂର୍ବ ବିବାଦକୁ କେନ୍ଦ୍ରକରି ଗତକାଲି ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହେବାରୁ ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଗାଁରେ ଏକ ରାସ୍ତା କାମକୁ ନେଇ ପୂର୍ବରୁ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଲାଗି ରହିଥିଲା। ଏହି ବିବାଦ ସମାଧାନ ହୋଇ ନ ଥିବା ବେଳେ ଗାଁକୁ ଆସିଥିବା ଆଉ ଏକ କାମକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଆରମ୍ଭ ହୋଇଯାଇଥିଲା। ଏହାକୁ ନେଇ ଗତକାଲି ସନ୍ଧ୍ୟାରେ ଦୁଇ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହୋଇଥିଲା। ପରେ ରାତି ପାଖାପାଖି ୧୧ଟା ବେଳେ ଦୁଇଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଥିଲା। ବାଡ଼ି, ଠେଙ୍ଗା ଓ ଶାବଳ ଦୁଇ ଗୋଷ୍ଠୀ ପରସ୍ପରକୁ ଆକ୍ରମଣ କରିଥିଲେ। ଫଳରେ ୪ ମହିଳାଙ୍କ ସମେତ ୧୦ ଜଣ ଆହତ ହୋଇଛନ୍ତି। କାହାର ମୁଣ୍ଡ ଫାଟିଛି ତ କାହାର ହାତ ଭାଙ୍ଗିଛି।

ଆହତମାନଙ୍କୁ ତୁରନ୍ତ ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ତେବେ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଭଦ୍ରକ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ଘଟଣାସ୍ଥଳରେ ଚାନ୍ଦବାଲି ଏସ୍‌ଡିପିଓ ଓ ଆଇଆଇସି ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଗାଁରେ ପୁଲିସ୍ ମୁତୟନ ହୋଇଛନ୍ତି।

The post ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୧୦ ଆହତ appeared first on Odisha Reporter.



from Odisha Reporter https://ift.tt/b4gGpKs

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages