୧୨ ଘଣ୍ଟାରେ ଦୁର୍ବଳ ହେବ ଅବପାତ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 11, 2022

୧୨ ଘଣ୍ଟାରେ ଦୁର୍ବଳ ହେବ ଅବପାତ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା  ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ଏହା ଭବାନୀପାଟଣା ଠାରୁ ପଶ୍ଚିମ -ଉତ୍ତର-ପଶ୍ଚିମ ଦିଗରେ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ଏହା ଧୀରେ ଧୀରେ ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୧୩ ତାରିଖ ଯାଏ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି। ଆଜି ବି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଦେଇ ପ୍ରବାହିତ ଜଳକା ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ମଥାନୀ ନିକଟରେ ବିପଦ ସଂକେତ ଉପରେ ପାଣି ପ୍ରବାହିତ ହେଉଛି। ବିପଦ ସଂକେତ ୫. ୫୦ ମିଟର ଥିବା ବେଳେ ଜଳସ୍ତର ୬.୨୯ ମିଟର ରହିଛି। ଅନ୍ୟପକ୍ଷରେ ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ନଇକୂଳିଆ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି।

 

The post ୧୨ ଘଣ୍ଟାରେ ଦୁର୍ବଳ ହେବ ଅବପାତ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା appeared first on Odisha Reporter.



from Odisha Reporter https://ift.tt/o6G0UI3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages