ଘନୀଭୂତ ହେଉଛି ଲଘୁଚାପ, ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 9, 2022

ଘନୀଭୂତ ହେଉଛି ଲଘୁଚାପ, ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ସକ୍ରିୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହା ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ।  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ  ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ,  ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।  ଆଜି ପାଇଁ ୧୧ଟି ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ଖୋର୍ଦ୍ଧା, ନୟାଗଡ଼, କଟକ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ। ସେହିପରି ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ।

ଏସବୁ ଜିଲ୍ଲା ଗୁଡିକର ଜିଲ୍ଲାପାଳ ମାନଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର  ସୂଚନା ଦେଇଛନ୍ତି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ପରାମର୍ଶ ଦିଆଯାଇଛି।

 

 

The post ଘନୀଭୂତ ହେଉଛି ଲଘୁଚାପ, ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/MS9DQ1d

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages