୬ ସେପ୍ଟେମ୍ବର, ମଙ୍ଗଳବାର: ଗୁପ୍ତ ଶତ୍ରୁଙ୍କ ଭୟ ମନକୁ ବ୍ୟତିବ୍ୟସ୍ତ କରିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 5, 2022

୬ ସେପ୍ଟେମ୍ବର, ମଙ୍ଗଳବାର: ଗୁପ୍ତ ଶତ୍ରୁଙ୍କ ଭୟ ମନକୁ ବ୍ୟତିବ୍ୟସ୍ତ କରିବ

ମେଷ: ଆଜି କ୍ୟାରିୟର ସୁଧାର ପାଇଁ ଦିନଟି ଭଲ ରହିବ, ଗୁପ୍ତ ଶତ୍ରୁଙ୍କ ଭୟ ମନକୁ ବ୍ୟତିବ୍ୟସ୍ତ କରାଇବ। ଯୁକ୍ତିତର୍କଠାରୁ ଦୂରେଇ ରୁହନ୍ତୁ, ପ୍ରେମରେ ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ ନାହିଁ।

ବୃଷ: ଦୀର୍ଘଦିନର ସ୍ୱପ୍ନ ସାକାର ହେବା ସହ ଧନ, ମାନ, ସମ୍ମାନ, ପ୍ରତିଷ୍ଠା ଓ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ। ଆଶା କରୁଥିବା ଦିଗରୁ ହଠାତ୍ ଅର୍ଥପ୍ରାପ୍ତି ହେବ, ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । କର୍ମକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କର ସାହାଯ୍ୟ ସହଯୋଗ ସହାନୁଭୂତି ପାଇବେ, ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ।

ମିଥୁନ: ନୂଆ ବିଚାର ଆପଣଙ୍କ ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ । ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ, ପ୍ରେମ ବ୍ୟାପାର ଲାଗି ଦିନଟି ଭଲ ରହିବ । ଅପରାହ୍ନରେ  ଜଗିରଖି ଚଳନ୍ତୁ । ଶାରୀରିକ ପୀଡ଼ା ମାନସିକ ଦୁଶ୍ଚିନ୍ତା ମଧ୍ୟଦେଇ ଗତି କରିବେ ।

କର୍କଟ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ, ପାରିବାରିକ ଜୀବନ ସୁଖମୟ ହେବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ, ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ । ବ୍ୟବସାୟ ବାଣିଜ୍ୟରେ ଆଶାନୁରୂପ ଲାଭ ମିଳିବ, ନିର୍ମାଣାଧୀନ କାର୍ଯ୍ୟକୁ ତ୍ୱରାନ୍ୱିତ କରି କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିବେ।

ସିଂହ:  ଆଜି ଆପଣ କୌଣସି କାର୍ଯ୍ୟକୁ ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି, ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ, ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ ।  ବହୁଦିନର ପ୍ରତିକ୍ଷିତ ଶୁଭ ଖବର ଶୁଣିପାରନ୍ତି ଯାହା ଫଳରେ ମନ ଆନନ୍ଦିତ ହେବ।

କନ୍ୟା: ଦିନଟି ଆପଣଙ୍କ ଲାଗି ଠିକଠାକ୍ ରହିବ, ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ, ଅଚାନକ ଧନପ୍ରାପ୍ତି ସହ ପାରିବାରିକ ଜୀବନ ସୁଖମୟ ହେବ । ମହିଳାମାନେ ଆନନ୍ଦ ଉଲ୍ଲାସରେ ସମୟ କାଟିବେ, ଛାତ୍ରଛାତ୍ରୀମାନେ ସମସ୍ତ ଦିଗରେ ସଫଳତା ହାସଲ କରିବେ।

ତୁଳା: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ ରହିବ, ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ୱ ବଜାୟ ରହିବ, ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ । ଅପରାହ୍ନରେ ଯୁକ୍ତିତର୍କଠାରୁ ଦୂରେଇ ରୁହନ୍ତୁ ଅଯଥା ବାଦବିବାଦ ଦେଖାଦେଇପାରେ ।

ବିଚ୍ଛା: ଆଜି ଆପଣଙ୍କ ମନ ପ୍ରସନ୍ନ ରହିବ, ଅନେକ ଦିନର ଆଶା ଆକାଂକ୍ଷା ପୂରଣ ହେବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହାଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ, କୌଣସି ଅନୁଷ୍ଠାନର ମୁଖ୍ୟ ଦାୟିତ୍ୱ ଗ୍ରହଣ କରିପାରନ୍ତି ।

ଧନୁ:  ଆଜି ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ବିଶେଷ ସମ୍ବେଦନଶୀଳ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ, ସ୍ଥଗିତ ଥିବା କାର୍ଯ୍ୟକୁ କୌଣସି ବନ୍ଧୁଙ୍କ ଦ୍ୱାରା ପୂରା କରିବେ। ସ୍ୱାସ୍ଥ୍ୟ ପ୍ରତି ସଚେତ ରହନ୍ତୁ, ସନ୍ତାନସନ୍ତତିମାନେ ଆଜ୍ଞାଧୀନ ହେବେ।

ମକର: ଆପଣ ନିଜ କାମରେ ପ୍ରଶଂସା ଓ ପୁରସ୍କାର ପାଇବେ, ରାଜନୀତିରେ ଆଧିପତ୍ୟ ବଢ଼ିବ। କାରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ ପ୍ରଦ ହେବ, ଧନ ସଂପତ୍ତି ବୃଦ୍ଧି ହେବ। ନିଜର ଲୋକମାନେ ପରୋକ୍ଷରେ ବିରୋଧ କରିବେ, ପରିବାର ସହିତ ହସଖୁସିରେ ସମୟ କଟିବେ।

କୁମ୍ଭ :  ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ, ଶରୀରର କୈାଣସି ଅଙ୍ଗରେ ଆଘାତ ଲାଗିବାର ସମ୍ଭାବନା ରହିଛି। ନିଜର ଲୋକ ବିରୁଦ୍ଧାଚରଣ କରିବେ, ଦାମ୍ପତ୍ୟ ଜୀବନରେ ମନାନ୍ତର ହେବାରୁ ମନ ଭାରାକ୍ରାନ୍ତ ରହିବ । ଭାବି ଚିନ୍ତି ଖର୍ଚ୍ଚ ନ କଲେ ଅସୁବିଧାରେ ପଡ଼ିପାରନ୍ତି, କୋର୍ଟ କଚେରି ମାମଲାରେ ବ୍ୟସ୍ତତା ବଢ଼ିବ ।

ମୀନ: ଆଜି ପ୍ରଭୁଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସଂଚାର ହେବ, ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ, ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଅପରାହ୍ନରେ କୌଣସି ଶୁଭ ଖବର ଶୁଣିପାରନ୍ତି ଯାହା ଫଳରେ ମନ ଆନନ୍ଦିତ ହେବ ।

The post ୬ ସେପ୍ଟେମ୍ବର, ମଙ୍ଗଳବାର: ଗୁପ୍ତ ଶତ୍ରୁଙ୍କ ଭୟ ମନକୁ ବ୍ୟତିବ୍ୟସ୍ତ କରିବ appeared first on Odisha Reporter.



from Odisha Reporter https://ift.tt/1qvN6Co

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages