ଆଜିଠୁ ପ୍ରବଳ ବର୍ଷା, ବେଶି ଭିଜିବ ଏହି ସବୁ ଜିଲ୍ଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 8, 2022

ଆଜିଠୁ ପ୍ରବଳ ବର୍ଷା, ବେଶି ଭିଜିବ ଏହି ସବୁ ଜିଲ୍ଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ସକ୍ରିୟ ରହିଛି। ଆଗାମୀ ୩୬ ଘଣ୍ଟା ମଧ୍ୟରେ ଏହା  ଆହୁରି ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପ କ୍ଷେତ୍ର ରେ ପରିଣତ ହେବାର ସମ୍ଭାବନା ରହିଛି l ଏହା ପ୍ରଭାବରେ ରାଜ୍ୟରେ ୧୨ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୦ ଓ ୧୧ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା  ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।   ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି ୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲା ଗୁଡ଼ିକ ପାଇଁ ପାଣିପାଗ ବିଭାଗପକ୍ଷରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ୧୦ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୧୧ ତାରିଖରେ ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ଜାରି ହୋଇଛି।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ପରାମର୍ଶ ଦିଆଯାଇଛି।

The post ଆଜିଠୁ ପ୍ରବଳ ବର୍ଷା, ବେଶି ଭିଜିବ ଏହି ସବୁ ଜିଲ୍ଲା appeared first on Odisha Reporter.



from Odisha Reporter https://ift.tt/mBU5AvL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages