ମେଷ: ଆଜି ଯାତ୍ରା, ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ଠିକ୍ ରହିବ । ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ କେହି ଜଣେ ସହାୟକ ହେବ । ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ୱୀକାର କରିହେବନି।
ବୃଷ: ଆଜି କର୍ମକ୍ଷେତ୍ରରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡିପାରେ, ବ୍ୟସ୍ତତାରୁ ମୁକ୍ତି ମିଳିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଅନୁକୂଳ ରହିବ, ପାରିବାରିକ ଜୀବନ ସୁଖପ୍ରଦ ହେବ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ, ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ହେବ ।
ମିଥୁନ: ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ, କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ଦୂରସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ମହିଳାମାନେ ଆଶା କରୁଥିବା ଦିଗରୁ ଅର୍ଥ, ମାନ ସମ୍ମାନ ପ୍ରତିଷ୍ଠା ଲାଭ କରିବେ । ଠିକ୍ ସମୟରେ ଘରକୁ ଫେରିନଥିବାରୁ ମାଆଙ୍କୁ କୈଫିୟତ ଦେବାକୁ ପଡିପାରେ ।
କର୍କଟ: ଆଜି ବିଳମ୍ବିତ ସମୟରେ ସମସ୍ତ କାର୍ଯ୍ୟ ସାଧିତ ହେବ, ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତି ହୋଇପାରେ ।
ସିଂହ: ଆଜି ପ୍ରତ୍ୟେକ ପରିସ୍ଥିତିକୁ ସମାଧାନ କରିବା ଦିଗରେ ସାହାଯ୍ୟ ସହଯୋଗ ମିଳିବ। ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ସତସଙ୍ଗ ଓ ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭା ସମିତିରେ ଯୋଗ ଦେବାକୁ ପଡ଼ିପାରେ ।
କନ୍ୟା: ଆଜି ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ । ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି । ପୁରାତନ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ ।
ତୁଳା: ଆପଣ ସାମାଜିକ ପ୍ରତିଷ୍ଠା ସହ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ, ମହିଳାମାନେ ଚତୁରତାର ସହ କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବିଚ୍ଛା: ଅଧିକାଂଶ କ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ, ପତ୍ନୀଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି । ଆର୍ଥିକ ଦିଗରେ ସଫଳତା ହାସଲ କରିବେ, ବକେୟା ଦରମା ହସ୍ତଗତ ହେବ, ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିଛି ଅସୁବିଧା ହେବନି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।
ଧନୁ:କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରେ ସତର୍କ ରୁହନ୍ତୁ। ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହେବେ । ପୂର୍ବ ସମସ୍ୟାର ସରଳ ସମାଧାନ ହୋଇଯିବ। ବୁଝି ବିଚାରି କାର୍ଯ୍ୟ ନକଲେ କ୍ଷତିରେ ପଡିବେ, ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ମକର: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ। ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ, କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବ ନାହିଁ।
କୁମ୍ଭ :ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ, ସତର୍କ ରୁହନ୍ତୁ । ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ସତ କିନ୍ତୁ ପ୍ରତିବଦଳରେ ଓଲଟା ଫଳ ପାଇବେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ ।
ମୀନ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ସାମ୍ନା କରି ସରଳ ସମାଧାନ କରିବାରେ ସମର୍ଥ ହେବେ । ପଡୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ।
The post ୭ ସେପ୍ଟେମ୍ବର, ବୁଧବାର: ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବେ appeared first on Odisha Reporter.
from Odisha Reporter https://ift.tt/bCFk5Hf
No comments:
Post a Comment