ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ୨୪ ଘଣ୍ଟାରେ ହେବ ଦୁର୍ବଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 10, 2022

ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ୨୪ ଘଣ୍ଟାରେ ହେବ ଦୁର୍ବଳ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ଏବେ ଏହା ଗଞ୍ଜାମ ଜିଲ୍ଲାର ଗୋପାଳପୁରଠାରୁ ଉତ୍ତର ପଶ୍ଚିମ ଦିଗରେ ୨୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଧୀରେ ଧୀରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ଦେଇ ଗତି କରିବା ସହ ଦୁର୍ବଳ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଅବପାତ ପ୍ରଭାବରେ ଉପକୂଳ ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାର ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଛି। ସୋମବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୮ ଜିଲ୍ଲା- ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା,ବଲାଙ୍ଗିର, କନ୍ଧମାଳ,ବୌଦ୍ଧ, ସୋନପୁର ଓ ବରଗଡ଼ର ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୬ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଉଛନ୍ତି- କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।

୧୨ ତାରିଖ ସକାଳ ସାଢ଼େ ୮ଟାରୁ ୧୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, କନ୍ଧମାଳ, ସୋନପୁର, ବୌଦ୍ଧ ଓ ଅନୁଗୋଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ଥିବାରୁ ୧୨ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

ଅନ୍ୟପକ୍ଷରେ ସେପ୍ଟେମ୍ବର ୧୭/୧୮ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଶନିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଥିଲେ।

The post ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ୨୪ ଘଣ୍ଟାରେ ହେବ ଦୁର୍ବଳ appeared first on Odisha Reporter.



from Odisha Reporter https://ift.tt/Udbqul1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages