ଓଲଟି ପଡ଼ିଲା ବସ୍‌; ବ୍ୟାଙ୍କ ମ୍ୟାନେଜର ମୃତ, ୪ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 5, 2022

ଓଲଟି ପଡ଼ିଲା ବସ୍‌; ବ୍ୟାଙ୍କ ମ୍ୟାନେଜର ମୃତ, ୪ ଆହତ

ନୟାଗଡ଼(ଓଡ଼ିଶା ରିପୋର୍ଟର): ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଗୋଡିବିଡା ଠାରେ ଗତକାଲି ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ମୃତ ମହିଳା ଜଣଙ୍କ ହେଲେ ଦଶପଲ୍ଲା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାର ମ୍ୟାନେଜର କଲ୍ୟାଣୀ ପଣ୍ଡା। ଆହତମାନଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଗତକାଲି ରାତିରେ ଭଞ୍ଜନଗରରୁ କାଳେଶ୍ୱର ନାମକ ଯାତ୍ରୀବାହୀ ବସ୍‌ ଦଶପଲ୍ଲା ଆସୁଥିଲା। ଦଶପଲ୍ଲା ଥାନା ଗୋଡିବିଡାଠାରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ି ଥିଲା। ଦଶପଲ୍ଲା ପୁଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ‌ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।  ଘଟଣାସ୍ଥଳରେ ଦଶପଲ୍ଲା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାର ମ୍ୟାନେଜର କଲ୍ୟାଣୀ ପଣ୍ଡାଙ୍କର ମୃତ୍ୟୁ ଘଟିଥିଲା। ବସ୍‌ରେ ୪୦ରୁ ଅଧିକ ଯାତ୍ରୀ ଥିଲେ।  ପୁଲିସ ଘଟଣାର ତଦନ୍ତ କରୁଛି।

The post ଓଲଟି ପଡ଼ିଲା ବସ୍‌; ବ୍ୟାଙ୍କ ମ୍ୟାନେଜର ମୃତ, ୪ ଆହତ appeared first on Odisha Reporter.



from Odisha Reporter https://ift.tt/Mq0NYWP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages