ପାରିବାରିକ କଳହ ନେଇ ଯୁବକଙ୍କ ଆତ୍ମହତ୍ୟା! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 20, 2022

ପାରିବାରିକ କଳହ ନେଇ ଯୁବକଙ୍କ ଆତ୍ମହତ୍ୟା!

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ଅନ୍ତର୍ଗତ ଡୁବୁରୀ ଗାଁ ନିକଟ ନିର୍ମାଣଧୀନ ପାର୍କରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଲେ ଡୁବୁରୀ ଗାଁର ମାୟା ବେହେରାଙ୍କ ପୁଅ ଅଜୁ ବେହେରା।

ଗତକାଲି ସନ୍ଧ୍ୟାରେ କୌଣସି କଥାକୁ ନେଇ ଅଜୁଙ୍କ ସହ ପରିବାର ଲୋକଙ୍କର ପାଟିତୁଣ୍ଡ ହୋଇଥିଲା। ଏହାପରେ ଅଜୁ ଘରୁ କେଉଁଆଡ଼େ ଚାଲି ଯାଇଥିଲେ। ରାତିରେ ଆଉ ଘରକୁ ଫେରି ନଥିଲେ। ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନଥିଲେ। ଆଜି ସକାଳେ ଗାଁ ନିକଟସ୍ଥ ନିର୍ମାଣାଧୀନ ପାର୍କର ଏକ ଗଛରୁ ଅଜୁଙ୍କ ମୃତଦେହ ଝୁଲିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ପରିବାର ଲୋକ ଓ ସ୍ଥାନୀୟ ଲୋକଙ୍କୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ପାରିବାରିକ କଳହକୁ କେନ୍ଦ୍ରକୁ ନେଇ ଅଜୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

The post ପାରିବାରିକ କଳହ ନେଇ ଯୁବକଙ୍କ ଆତ୍ମହତ୍ୟା! appeared first on Odisha Reporter.



from Odisha Reporter https://ift.tt/1Tc7pvU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages