ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 6, 2022

ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟରୀ): ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି। ଅକ୍ଟୋବର ୧୪ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ  ହୋଇଥିବା ବେଳେ ଅକ୍ଟୋବର ୧୭ ତାରିଖ ହେଉଛି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ। ନଭେମ୍ବର ୬ରେ ଭୋଟ ଗଣତି ହୋଇ ସେହିଦିନ ରେଜଲ୍ଟ ପ୍ରକାଶ ପାଇବ।

ଗତ ସେପ୍ଟେମ୍ବର ୧୯ ତାରିଖରେ ଧାମନଗର ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କର ପରଲୋକ ହୋଇଥିଲା। ଏହା ପରଠୁ ଏହି ଆସନଟି ଖାଲି ପଡ଼ିଛି।ବିଷ୍ଣୁ ସେଠୀ ପ୍ରାୟ ବର୍ଷେ ଧରି କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ। ତାଙ୍କର ନିୟମିତ ଡାଇଲିସିସ୍ ଚାଲିଥିଲା। ତେବେ ପରେ ଫୁସ୍‌ଫୁସ୍‌ ସଂକ୍ରମଣ ଓ ବ୍ରେନ୍ ଷ୍ଟ୍ରୋକ୍ ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ପ୍ରାୟ ମାସେ ଧରି ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ଗତ ସେପ୍ଟେମ୍ବର ୧୯ ତାରିଖରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା।

ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ବିୟୋଗ ପରେ ଏହି ଆସନ ଖାଲି ହୋଇଛି। ଧାମନଗର ଉପନିର୍ବାଚନ ପାଇଁ ଏଯାଏ କୌଣସି ଦଳ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ବିଜେପି ପକ୍ଷରୁ ଦିନେ ଦୁଇ ଦିନ ମଧ୍ୟରେ ପ୍ରାର୍ଥୀ ଘୋଷଣା କରାଯିବ।  ନାଁ ଘୋଷଣା ପୂର୍ବରୁ ସ୍ୱର୍ଗତ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ବିଭିନ୍ନ ଅଞ୍ଚଳକୁ ଯାଇ ଲୋକଙ୍କୁ ଭେଟୁଛନ୍ତି। ବାପାଙ୍କ ଦେହାନ୍ତ ପରେ ଏବେ ସେ ଲୋକଙ୍କ ଦାୟିତ୍ୱ ନେବାକୁ ପ୍ରସ୍ତୁତ ବୋଲି କହିଛନ୍ତି।

 

The post ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି appeared first on Odisha Reporter.



from Odisha Reporter https://ift.tt/0Od356u

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages