ଘନେଇଲାଣି ବାତ୍ୟା ସମ୍ଭାବନା, ସ୍ପଷ୍ଟ କଲା ପାଣିପାଗ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 18, 2022

ଘନେଇଲାଣି ବାତ୍ୟା ସମ୍ଭାବନା, ସ୍ପଷ୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଢ଼ିଲା ବାତ୍ୟା ସମ୍ଭାବନା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ଆଜି ଏସମ୍ପର୍କରେ ଟ୍ୱିଟ୍ କରି ସୂଚନା ଦେଇଛି ପାଣିପାଗ ବିଭାଗ ।

ବଙ୍ଗୋପସାଗରରେ ଘର୍ଣ୍ଣିବଳୟ ରୂପ ନେବା ପରେ ଏହା ଲଘୁଚାପ ଓ ପରେ ଅବପାତରେ ପରିଣତ ହୋଇପାରେ । ଅବପାତ ଘନୀଭୂତ ହୋଇ ବାତ୍ୟା ରୂପ ନେବା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ । ଆସନ୍ତା ୪୮ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବ ।

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ଉତ୍ତର-ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳରେ ୫.୮ କିମି ଯାଏ ବ୍ୟାପିଛି। ଏହା ଲଘୁଚାପରେ ପରିଣତ ହେବା ସହ ଓ ପରେ ୨୨ ତାରିଖ ବେଳକୁ ଅବପାତ ହେବା ସମ୍ଭାବନା ରହିଛି। ଅବପାତ ଘନୀଭୂତ ହୋଇ ବାତ୍ୟା ରୂପ ନେବା ସମ୍ଭାବନା ରହିଛି।

ତେବେ ବାତ୍ୟା ହେଲେ ତାହା କେଉଁଠି ଲ୍ୟାଣ୍ଡଫଲ୍‌ କରିବ, ସେ ସମୟରେ ପବନର ବେଗ କେତେ ରହିବ ଏନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନି।    ଓଡ଼ିଶାବାସୀଙ୍କ ମନରେ ବାତ୍ୟା ଛନକା ବଢ଼ିଛି ।

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ଏଥିନିମନ୍ତେ ଆଜି ଅପରାହ୍ନ ୪ଟାରେ ଉଚ୍ଚସ୍ତରୀୟ ବୈଠକ ବସିବ  । SRC ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ହେବ ବୈଠକ । SRC ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ହେବ ବୈଠକ  । ପୂର୍ବ ପ୍ରସ୍ତୁତି ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ହେବ । ବିଭିନ୍ନ ଜିଲ୍ଲା ପ୍ରଶାସନଙ୍କୁ ମଧ୍ୟ ପ୍ରାକ୍‌ ପ୍ରସ୍ତୁତିକୁ ଜୋରଦାର କରିବାକୁ ଆଜି ନିର୍ଦ୍ଦେଶ ଦିଆଯିବ ବୋଲି ଜଣାଯାଇଛି।

ସୂଚନାଯୋଗ୍ୟ, ଅକ୍ଟୋବର ମାସ ଆସିଲେ ଓଡ଼ିଶାବସୀଙ୍କ ମନରେ ଛନକା ପଶେ। କାରଣ ବର୍ଷର ମୁଖ୍ୟତଃ ଏହି ମାସରେ ରାଜ୍ୟକୁ ବାତ୍ୟା ଆଶଙ୍କା ଥାଏ। ପୂର୍ବରୁ ମହାବାତ୍ୟା ସମେତ ଆହୁରି ବହୁ ବାତ୍ୟା ଅକ୍ଟୋବରରେ ଆସି ରାଜ୍ୟର ମେରୁଦଣ୍ଡ ଭାଙ୍ଗି ଦେଇଥିବା ବେଳେ ପୁଣି ଥରେ ଘନେଇଛି ବାତ୍ୟା ସମ୍ଭାବନା ।

 

The post ଘନେଇଲାଣି ବାତ୍ୟା ସମ୍ଭାବନା, ସ୍ପଷ୍ଟ କଲା ପାଣିପାଗ ବିଭାଗ appeared first on Odisha Reporter.



from Odisha Reporter https://ift.tt/N3Kb9n5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages