ଡିସେମ୍ବର ପହିଲାରୁ କୋଣାର୍କରେ ଇକୋ ରିଟ୍ରିଟ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 27, 2022

ଡିସେମ୍ବର ପହିଲାରୁ କୋଣାର୍କରେ ଇକୋ ରିଟ୍ରିଟ୍

କୋଣାର୍କ(ଓଡ଼ିଶା ରିପୋର୍ଟର): କୋଣାର୍କରେ ଡିସେମ୍ବର ପହିଲାରୁ ହେବ ଇକୋ ରିଟ୍ରିଟର ଚତୁର୍ଥ ସଂସ୍କରଣ। ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଗତକାଲି  ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ଚଳିତବର୍ଷ ଇକୋ ରିଟ୍ରିଟ୍‌କୁ ଅଧିକ ଆକର୍ଷଣୀୟ ଓ ମନୋଜ୍ଞ କରିବାକୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା।

ସେ କହିଛନ୍ତି,  ୭୦ଟି ଲଜ୍ ପାଇଁ ଟେଣ୍ଟ କରାଯିବ। ତାରକା ହୋଟେଲ ଅନୁରୂପ ସୁବିଧା ରହିବ। ଇକୋ ରିଟ୍ରିଟ୍ ସମୟରେ ଜଳକ୍ରୀଡ଼ା, ବିଚ ସ୍ପୋର୍ଟସ ଓ ଇଣ୍ଡୋର ଗେମ ଇତ୍ୟାଦି ବ୍ୟବସ୍ଥା ମଧ୍ୟ ଉପଲବ୍ଧ ହେବ। ନିରବଛିନ୍ନ ବିଦ୍ୟୁତ, ପାଣି, ମୋବାଇଲ ନେଟଓ୍ୱାର୍କ ସହ ଚିକିତ୍ସା ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାର୍କିଂ, ସୁରକ୍ଷା ବ୍ୟବସ୍ଥା ଓ ୨୪ ଘଣ୍ଟିଆ ଲାଇଫ ଗାର୍ଡ ବ୍ୟବସ୍ଥା କରାଯିବ।

ପର୍ଯ୍ୟଟକମାନଙ୍କ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯିବାକୁ ସ୍ଥିର ହୋଇଛି। ବିଭାଗ ଗୁଡିକ ପରସ୍ପର ମଧ୍ୟରେ ସମନ୍ୱୟ ରକ୍ଷା କରି ବାହାରୁ ଆସୁଥିବା ପର୍ଯ୍ୟଟକ ମାନଙ୍କୁ ସହଯୋଗ କରିବାକୁ ଜିଲ୍ଲାପାଳ ବୈଠକରେ ପରାମର୍ଶ ଦେଛନ୍ତି। ପର୍ଯ୍ୟଟନ ବିଭାଗ, ଜିଲ୍ଲା ପ୍ରଶାସନ ଓ ଇ-ଫାକ୍ଟର ଏଜେନ୍ସିର ମିଳିତ ସହଯୋଗରେ ଇକୋ ରିଟ୍ରିଟ୍ ଡିସେମ୍ବର ୧ରୁ ୨୦୨୩ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାର ବ୍ୟବସ୍ଥା କରାଯାଇଛି।

 

The post ଡିସେମ୍ବର ପହିଲାରୁ କୋଣାର୍କରେ ଇକୋ ରିଟ୍ରିଟ୍ appeared first on Odisha Reporter.



from Odisha Reporter https://ift.tt/NLv2Kzc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages