‘ଓଡ଼ିଶାକୁ ନାହିଁ ବାତ୍ୟା ଭୟ, ହେଲେ ୨୪ରୁ ବର୍ଷିବ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 20, 2022

‘ଓଡ଼ିଶାକୁ ନାହିଁ ବାତ୍ୟା ଭୟ, ହେଲେ ୨୪ରୁ ବର୍ଷିବ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅକ୍ଟୋବରରେ ବାତ୍ୟାକୁ ନେଇ ଭୟଭୀତ ହୋଇପଡ଼ିଥିବା ରାଜ୍ୟବାସୀଙ୍କୁ ମିଳିଛି ଆଶ୍ୱସ୍ତିମୂଳକ ଖବର। ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବାତ୍ୟା ସୃଷ୍ଟି ହେବା ସ୍ପଷ୍ଟ ହୋଇଛି। ହେଲେ ଓଡ଼ିଶା ଉପରେ ଏହି ବାତ୍ୟାର ସେପରି କିଛି ପ୍ରଭାବ ପଡ଼ିବ ନାହିଁ। ଏହା ଓଡ଼ିଶା ଉପକୂଳ ସ୍ପର୍ଶ କରିବାର ସମ୍ଭାବନା ନାହିଁ। ଓଡ଼ିଶା ଉପକୂଳ ପାଖାପାଖି ଗତି କରି ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ଆଡ଼କୁ ମୁହାଁଇବ ବୋଲି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। ଫଳରେ ଆଶ୍ୱସ୍ତ ହୋଇଛନ୍ତି ରାଜ୍ୟବାସୀ।

ଏନେଇ ଆଇଏମ୍‌ଡି ଡିଜି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି, ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ନିକଟସ୍ଥ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଉପରେ ଏହି ଅବପାତ ସୃଷ୍ଟି ହେବ। ତାହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି ଜାରି ରଖିବ।

ଏହା ୨୩ ତାରିଖ ବେଳକୁ ଗଭୀର ଅବପାତରେ ପରିଣତ ହେବ। ୨୪ ତାରିଖରେ ଏହା ଦିଗ ପରିବର୍ତ୍ତନ କରି ଉତ୍ତର ଆଡ଼କୁ ମୋଡ଼ ବଦଳାଇବ ଏବଂ ଏକ ଘୂର୍ଣ୍ଣିବାତ୍ୟାରେ ପରିଣତ ହେବ। ଏହା ପରେ ଉତ୍ତର-ଉତ୍ତର ପୂର୍ବ ଦିଗ ଆଡ଼କୁ ଗତି କରିବ।

ଏଥିସହ ସେ କହିଛନ୍ତି, ଏହି ବାତ୍ୟା ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ନାହିଁ। ଓଡ଼ିଶା ଉପକୂଳ ପାଖାପାଖି ଗତି କରି ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ଆଡ଼କୁ ମୁହାଁଇବ। ୨୫ ତାରିଖରେ ଏହା ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ନିକଟ ସମୁଦ୍ରରେ ପହଞ୍ଚିବ। ଏହାର ସବୁଠୁ ଅଧିକ ପ୍ରଭାବ ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପରେ ରହିବାର ସମ୍ଭାବନା ରହିଛି।

ତେବେ ଏବେଠୁ ଏହାର ତୀବ୍ରତା ଜଣାପଡ଼ିନି। ଡିପ୍ରେସନରେ ପରିଣତ ହେଲେ ଏହାର ରୂପରେଖ ଅଧିକ ସ୍ପଷ୍ଟ ହେବ। ଏହା ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାରେ ୨୪ ଓ ୨୫ରେ ବର୍ଷା ହେବ।

ବାତ୍ୟା ପ୍ରଭାବରେ ୨୧ ପାଖରୁ ଦକ୍ଷିଣ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଅଶାନ୍ତ ରହିବ। ତେଣୁ ଏହି ସମୟରେ ମତ୍ସ୍ୟଜୀବୀ ସମୁଦ୍ରକୁ ଯିବା ଉଚିତ ନୁହେଁ। ଯେଉଁମାନେ ଯାଇଛନ୍ତି କୂଳକୁ ଫେରି ଆସିବା ଉଚିତ। ଓଡ଼ିଶା ଉପକୂଳ ନିକଟରେ ୨୩ ବେଳକୁ ସମୁଦ୍ର ଅଶାନ୍ତ ରହିବ। ପବନର ବେଗ ବଢ଼ି ଧୀରେ ଧୀରେ ୪୦-୫୦ କିମି ବେଗରେ ପବନ ବହିବ।

ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ମୁଖ୍ୟ ଶାସନ ସଚିବ ଆଜି ସନ୍ଧ୍ୟା ୫ଟାରେ ଜରୁରୀକାଳୀନ ବୈଠକ ଡାକିଛନ୍ତି। ଏହି ବୈଠକରେ ଏସ୍‌ଆର୍‌ସିଙ୍କ ସମେତ ବରିଷ୍ଠ ଅଧିକାରୀ ଯୋଗଦେବେ। ଏଥିଯୋଗୁ ପ୍ରଭାବିତ ହେବାକୁ ଥିବା ୭ ଊପକୂଳ ଜିଲ୍ଲାକୁ ଚିଠି ଲେଖି ସତର୍କ କରାଇଛନ୍ତି ଏସ୍‌ଆର୍‌ସି। ସେହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର। ଦୀପାବଳି ଛୁଟି ବାତିଲ କରି ୨୩ ଏବଂ ୨୪ ତାରିଖରେ ଜିଲ୍ଲା ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

The post ‘ଓଡ଼ିଶାକୁ ନାହିଁ ବାତ୍ୟା ଭୟ, ହେଲେ ୨୪ରୁ ବର୍ଷିବ’ appeared first on Odisha Reporter.



from Odisha Reporter https://ift.tt/P5FDVvR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages